ଦୈନିକ ରାଶିଫଳ: ୧୩ ମାର୍ଚ୍ଚ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ କର୍ମରେ ପଦୋନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୧୩ତାରିଖ, ଶୁକ୍ରବାର, କୁମ୍ଭ ମାସ ୩୦ ଦିନ, ଚୈତ୍ର ମାସ, କୃଷ୍ଣପକ୍ଷ, ଚତୁର୍ଥୀ ତିଥି, ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ମୂଳା, ବେଲ ନ ଖାଇଲେ ଭଲ। ଶୁଭସମୟପ୍ରାତଃ ୬ଟା ୧ମିନିଟ୍ ରୁ ୬ଟା ୪୭ମିନିଟ୍, ସକାଳ ୭ଟା ୩୬ମିନିଟ୍ ରୁ ୮ଟା ୫୭ମିନିଟ୍, ଦିବା ୧୨ଟା ୨୦ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୧୮ମିନିଟ୍ ରୁ ୫ଟା ୫୧ମିନିଟ୍, ସନ୍ଧ୍ୟା ୭ଟା ୩୦ମିନିଟ୍ ରୁ ୮ଟା ୫୨ମିନିଟ୍। ପର୍ବଦିନ ମାସାନ୍ତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ବୃଷ:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସରେ କେତେକ କ୍ଷେତ୍ରରେ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବ। ବିଦ୍ୟାରେ ଉନ୍ନତି କରିବେ।  ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ  ପ୍ରଶଂସା ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ବାସସ୍ଥାନ ବା ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧୀୟ କେତେକ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ।ଛାତ୍ରଛାତ୍ରୀମାନେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆକସ୍ମିକ ଅର୍ଥଲାଭହେବ। ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରା କରି ମନ ଖୁସି ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଠିକ୍ ରହି ପାରେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସରକାରୀ କାମରେ ସଫଳତା ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ।  କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଭାବି ଚିନ୍ତି କାର୍ଯ୍ୟ କଲେ ଉଚ୍ଚଆଶା ସଫଳ ହେବ। ରାଜନୀତିରେ ଉନ୍ନତି ହେବ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଛି। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ବ୍ୟବସାୟ କ୍ଷେତ୍ର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତିରେ ଉନ୍ନତି ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!