ଦୈନିକ ରାଶିଫଳ: 13 ମାର୍ଚ୍ଚ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୧୩ତାରିଖ, ଶନିବାର, କୁମ୍ଭମାସ ୩୦ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ପୂର୍ବାଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ, ଦିବା ୩ଟା ୫୧ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୨୮ମିନିଟ୍ ରୁ ୧ଟା ୬ମିନିଟ୍, ରାତ୍ର ୮ଟା ୧୮ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ର ୧୨ଟା ୨୧ମିନିଟ୍ ରୁ ୧ଟା ୫୬ମିନିଟ୍ । ପର୍ବଦିନ- ମାସାନ୍ତ, ଫାଲଗୁନୀ ଅମାବାସ୍ୟା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ରାଜକୀୟ ସମ୍ମାନ ମିଳିବ ଓ ନୂଆ ଯୋଜନାରେ ସଫଳ ହେବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ବ୍ୟବସାୟରେ ଆଶା କରୁଥିବା ସଫଳତା ପାଇ ଦୂରଯାତ୍ରାର ସୁଯୋଗ ପାଇବେ । ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇପାରିବେ । ଉଚ୍ଚଶିକ୍ଷା ଲାଭକରି ଥିଲେ ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରିବାର ଯୋଜନା କରି ପାରିବେ କିନ୍ତୁ ଆଜି ତାହା କିଣନ୍ତୁ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଶତୃମାନେ ଯେତେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ କିନ୍ତୁ ପ୍ରଶଂସା ପାଇବେ । ଛାତ୍ରୀମାନେ ଯାତ୍ରାରେ ସୁଭଫଳ ପାଇ ବାନ୍ଧବୀଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ନୂତନ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରି ଚାଲିବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କନ୍ୟା:-

ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡି ଯାଉଥିବା ଟଙ୍କା ମିଳି ପାରିବ । ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଉନ୍ନତି କରିବେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ତୁଳା:-

କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ମନପସନ୍ଦ ଜିନିଷପାଇ ଖୁସି ହେବେ ଓ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଆର୍ଥିକସ୍ଥିତିରେ ସୁଧାର ଆସିବା ଫଳରେ ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-

ଜଣେ ସତ୍ ପରାମର୍ଶଦାତା, ଦାର୍ଶନିକ, ଉପଦେଷ୍ଠା, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ଦୂର ଯାତ୍ରାରେ ଅତ୍ୟଧିକ ଆୟ ବୃଦ୍ଧି ହେବ । ପରିବାରରେ ହସଖୁଶିର ବାତାବରଣ ସୃଷ୍ଟି କରିବେ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ ଓ ଆର୍ଥିକସ୍ଥିତି ସୁଧୁରିବ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବ୍ୟବସାୟ କ୍ଷେତ୍ରରେ ଟେନସନ ଦୂର ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-

ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ମାନସିକ ସ୍ଥିତି ଭଲ ରହିବ ଓ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ ।

ମୀନ:-

ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!