ଦୈନିକ ରାଶିଫଳ: 13 ମାର୍ଚ୍ଚ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୧୩ ତାରିଖ, ସୋମବାର, କୁମ୍ଭମାସ ୨୯ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ବିଶାଖା ନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର। ହର୍ଷଣ ଯୋଗ ସନ୍ଧ୍ୟା ୫ଟା ୯ ମିନିଟ ପରେ ବଜ୍ର ଯୋଗ। ଗର କରଣ ଦିବା ୯ଟା ୪୮ମିନିଟ୍ ପରେ ବଣିଜ କରଣ। ମିଥୁନ ରାଶିର ଘାତବାର। ନିଷିଦ୍ଧ ଖାଦ୍ୟ- ନିମ୍ବ ନ ଖାଇଲେ ଭଲ ରାତ୍ରି ୯ଟା ୨୭ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ରାତ୍ରି ୯ଟା ୨୭ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସାକାଳ ୭ଟା ୨୯ମିନିଟ୍ ରୁ ୮ଟା ୫୮ମିନିଟ୍, ଦିବା ୨ଟା ୫୪ମିନିଟ୍ ରୁ ୪ଟା ୨୩ମିନିଟ୍, ରାତ୍ରି ୧୦ଟା ୨୪ ମିନିଟ ରୁ ୧୧ଟା ୫୫ ମିନିଟ। ଶୁଭସମୟ- ପ୍ରାତଃ ୬ଟା ରୁ ୭ଟା ୨୯ମିନିଟ୍, ଦିବା ୧୦ଟା ୪୫ମିନିଟ୍ ରୁ ୧ଟା ୦୭ ମିନିଟ୍, ଦିବା ୪ଟା ୨୩ମିନିଟ୍ ରୁ ୫ଟା ୦୪ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ୯ଟା ୦୬ ମିନିଟ, ରାତ୍ର ୧୧ଟା ୫୫ମିନିଟ୍ ରୁ ୨ଟା ୪୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ।ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ଶତୃମାନେ ପରାଜିତ ହେବେ। ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟୀକ ସ୍ଥିତି ସୁଦୃଢ ହେବ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କେତେକ କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ପାରନ୍ତି। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ଉନ୍ନତି ବା ପ୍ରଶଂସା ମିଳିପାରେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇବେ। ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯାଇ ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ନୂଆ ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ମିଳିବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସୁଖ ସମ୍ପଦ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ବନ୍ଧୁ ମିତ୍ରଙ୍କ ସହଯୋଗରେ ବାକିଥିବା ଅର୍ଥ ପାଇ ପାରିବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିଯୋଗିତାରେ ବିଜୟୀ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। ଜାଗାଜମି ସମ୍ବନ୍ଧୀୟ ଶୁଭ ସୂଚନା ପାଇବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। କ୍ରିଡା, ପ୍ରତିଦ୍ଵନ୍ଦିତାରେ ନିଜ ପକ୍ଷ ସବଳ ରହିବ। ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ନୂତନ ଯୋଜନାର କ୍ରିୟାନ୍ୱିତ କରି ପାରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ପିଲାମାନଙ୍କ ସଫଳତାରେ ଖୁସି ହେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ଅନେକ ଦିଗରୁ ଖୁସି ମିଳିବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟକ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। ନୂତନ ସମ୍ବନ୍ଧ ସୃଷ୍ଟି ହୋଇ ପାରେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ପାଇବେ। ଶୁଭ ସମାଚାର ମିଳିବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ନୂତନ କାର୍ଯ୍ୟରେ ଉନ୍ନତି ହେବ। ଆଶା କରିଥିବା କାର୍ଯ୍ୟଟି ପୂରଣ କରି ପାରନ୍ତି। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ପଡୋଶୀମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହେବ। ବ୍ୟବସାୟିକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଶତୃନାଶ, ଧନପ୍ରାପ୍ତି ଓ ମିତ୍ରଲାଭ ହୋଇ ପାରେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଅର୍ଥଲାଭର ମାର୍ଗ ଖୋଲି ଯିବ। ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ମୀନ:-ବ୍ୟବସାୟ କ୍ଷେତ୍ରରେ ଭଲ ଲାଭ ପାଇବେ। ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକ ବିଷାଦ ଓ ଭୟ ଆଶଙ୍କା ଦୂରେଇ ଯିବ। ଗୃହୋପକରଣ କ୍ରୟ କରିବେ। ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହୋଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!