ଦୈନିକ ରାଶିଫଳ: ୧୩ ମଇ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତିଙ୍କୁ ସମସ୍ତ ଦିଗରୁ ଶୁଭ ସମାଚାର ମିଳିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ମାନ-ପ୍ରତିଷ୍ଠା ବଢିବ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ଶୁଭ କାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟି ଯିବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟରେ ସାମାନ୍ୟ ଲାଭ ଓ ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଶତୃମାନେ ପରାଜିତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ରାଜନୀତିରେ ସଫଳତା ମିଳିବ। ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ। ସାମାଜିକ ଉତ୍ସବରେ ଯୋଗ ଦେବେ। ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ବିରୋଧୀମାନେ ହଇରାଣ ହେବେ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ସୁରକ୍ଷିତ ରହି ହେବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ମହିଳାମାନେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!