ଦୈନିକ ରାଶିଫଳ: ୧୩ ମଇ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୧୩ତାରିଖ, ବୁଧବାର, ମେଷମାସ ୩୧ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପ୍ରାତଃ ୬ଟା ପରେ ସପ୍ତମୀତିଥି,  ଶ୍ରବଣାନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୬ମିନିଟ୍ ରୁ ୬ଟା ୫୮ମିନିଟ୍, ଦିବା ୧୦ଟା ୭ମିନିଟ୍ ରୁ ୧୧ଟା ୧୭ମିନିଟ୍, ଦିବା ୧ଟା ୫୩ମିନିଟ୍ ରୁ ୫ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୫୬ମିନିଟ୍ ରୁ ୧୦ଟା ୩୬ମିନିଟ୍। ପର୍ବଦିନଆଜି ମାସାନ୍ତ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ।  ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ସରକାରୀ କାମରେ ପରିଶ୍ରମର ପରିଣାମ ମିଳିବ। ପରିବାର ପାଇଁ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇ ଯିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ ଓ ପରିବାରଙ୍କ ସହିତ ସମୟ ବିତେଇବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ମନରେଥିବା କାମନା ପୂର୍ଣ୍ଣ ହେବ।  ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ।  ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସରକାରୀ କ୍ଷେତ୍ରରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଘରୁ ନବାହାରିବା ଭଲ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ଯଶ, ମାନସମ୍ମାନ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମ୍ବାଦିକ ମାନଙ୍କର ଶୁଭ ସମାଚାର ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟ କ୍ଷେତ୍ରରେ ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ନୂଆ ଯୋଜନା ଉପରେ କାର୍ଯ୍ୟ କରି  ଅଟକି ଥିବା ଧନ ମିଳିବାରୁ ଖୁସି ହେବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟରେ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚ ଆଶାରେ ଆଗେଇବେ ଓ ଶ୍ରମ ସାର୍ଥକ ହେବ। ଆୟ ବଢିବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ  ଧନଧାନ୍ୟ, ଗୋ, ସଂପଦ ଆଦି ପ୍ରାପ୍ତି ହବାର ଯୋଗ ଅଛି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଆର୍ଥିକ ସମସ୍ୟା ଦୂର ହେବ। ରାଜନୀତିରେ ଶତ୍ରୁହାନି, ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି ଓ କୃତକାର୍ଯ୍ୟ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୈତିକ କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାରିବାରିକ କ୍ଷେତ୍ରରେ ଆଧ୍ୟାତ୍ମିକତାରେ ଉନ୍ନତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ସମସ୍ୟାର ଅବସାନ ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେବେ। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଅନାବଶ୍ୟକ ଖର୍ଚ୍ଚ ଯୋଗେ ବ୍ୟଥିତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ପାଇ ଉଚ୍ଚଆଶା ସଫଳ ହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। କେତେକ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟରେ ସଫଳତା ଅର୍ଜନ କରି ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ କରି ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରି ପ୍ରଶଂସିତ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପରିଜନ ଓ ସାଧୁଜନପ୍ରିୟ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!