ଦୈନିକ ରାଶିଫଳ: 13 ମଇ 2021, ମା ଲାକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୧୩ ତାରିଖ, ଗୁରୁବାର, ମେଷମାସ ୩୦ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି, ରୋହିଣୀ ନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର । ତୁଳା କୁମ୍ଭ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୬ମିନିଟ୍ ରୁ ୬ଟା ୫୭ମିନିଟ୍, ଦିବା ୧୦ଟା ୨୬ମିନିଟ୍ ରୁ ୧ଟା ୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନର ସହ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବିଦେଶ ଯାତ୍ରାରେ ଲାଭ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଶତୃମାନେ ମିତ୍ରତାଭାବ ଆଚରଣ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ମିଥୁନ:-

ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନ୍ୟାୟ ମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହୋଇ ଆୟ ଉପାର୍ଜନ ବୃଦ୍ଧି ହେବ । ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ନୂଆ ନିଯୁକ୍ତି ଯୋଗ ଅଛି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରିପାରିବେ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-

ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଉନ୍ନତି କରି ପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ ଯୋଗେ ଚିନ୍ତିତ ରହିବେ ଓ ଆଳସ୍ୟ ପରାୟଣ ବୃଦ୍ଧି ପାଇବ । ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ । ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସଫଳତା ଅର୍ଜନ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-

ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ନୂଆ କାମ ନୂଆ ପ୍ରେରଣା ଦେବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!