ଦୈନିକ ରାଶିଫଳ: 13 ମଇ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୧୩ତାରିଖ, ଶୁକ୍ରବାର, ମେଷମାସ ୩୦ଦିନ, ବୈଶାଖମାସ ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ହସ୍ତାନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର । ବଜ୍ର ଯୋଗ ଦିବା ୩ଟା ୪୦ମିନିଟ୍ ପରେ ସିଦ୍ଧି ଯୋଗ । ବବ କରଣ ସକାଳ ୬ଟା ୧୫ମିନିଟ୍ ପରେ ବାଳବ କରଣ । ବିଛା, ଧନୁ ଓ ମୀନ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୨୭ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ସନ୍ଧ୍ୟା ୫ଟା ୨୭ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୨୯ମିନିଟ୍ ରୁ ୧୧ଟା ୪୩ମିନିଟ୍, ରାତ୍ରି ୮ଟା ୫୬ମିନିଟ୍ ରୁ ୧୦ଟା ୧୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୬ମିନିଟ୍ ରୁ ୬ଟା ୬ମିନିଟ୍, ପ୍ରାତଃ ୬ଟା ୫୯ମିନିଟ୍ ରୁ ୮ଟା ୨୮ମିନିଟ୍, ଦିବା ୧୨ଟା ୯ମିନିଟ୍ ରୁ ୨ଟା ୪୨ମିନିଟ୍, ଦିବା ୪ଟା ୨୮ମିନିଟ୍ ରୁ ସନ୍ଧ୍ୟା ୬ଟା ୯ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ରାତ୍ର ୮ଟା ୫୫ମିନିଟ୍, ରାତ୍ର ୧ଟା ୩୪ମିନିଟ୍ ରୁ ୩ଟା ୪୫ମିନିଟ୍ ।

ମେଷ:-ଶତୃମାନେ ଦୂରେଇ ଯିବେ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ମାଆ ବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରିବେ । ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । କେତେକ କ୍ଷେତ୍ରରେ ହତୋତ୍ସାହ ଏବଂ ସ୍ଵାସ୍ଥ୍ୟରେ ଅବନତି ଦେଖାଦେଇ ପାରେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପାରିବାରିକ ମାମଲା ବହୁତ ସହଜ ସରଳ ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ଦାମ୍ପତ୍ୟ ସୁଖରେ ସୁଖୀହେବା ସହ ପାରିବାରିକସ୍ତର ହସ ଖୁସିରେ କଟିବ । ରାଜନୀତିରେ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ବାଣିଜ୍ୟ କ୍ଷେତ୍ରରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । କାର୍ଯ୍ୟାଳୟରେ ଲାଗି ରହିଥିବା ସମସ୍ୟା ଦୂର ହେବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ କରି ପାରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ପଢାପଢିରେ ମାନସିକ ଶାନ୍ତି ମିଳିବା ସହ ବିଦ୍ୟାରେ ଉନ୍ନତି କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ ପରିଶ୍ରମ କରିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ସରକାରୀ କାମରେ ସଫଳତା ମିଳିବ । ରାଜନୀତିରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-କାର୍ଯ୍ୟାଳୟ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ଭଲ ଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ ପାଇଁ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!