ସାପ୍ତାହିକ ରାଶିଫଳ: ୧୩ ମଇ ରୁ ୧୯ ମଇ, ଏହି ସପ୍ତାହରେ ଏହି ସବୁ ରାଶିର କର୍ମ ଓ ବ୍ୟବସାୟରେ ପ୍ରବଳ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧୩ ମଇ ରୁ ୧୯ ମଇ

ମେଷ:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି  ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ।  ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟର ସ୍ଥିତି ସୁଧୁରିବ। ନିଜ ପରିଶ୍ରମରୁ ଲାଭ ମିଳିବ। କର୍ମକ୍ଷେତ୍ରରେ  ସହଯୋଗୀଙ୍କ ସାହାଯ୍ୟ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧାପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଏ ସପ୍ତାହରେ ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧା ପାଇବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ଏ ସପ୍ତାହରେ ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:-

ଏ ସପ୍ତାହରେ ସର୍ବାଧିକ ଭାଗ୍ୟଶାଳୀ ହେବେ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦରେ ପହଞ୍ଚି ପାରିବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ଆତ୍ମୀୟମାନେ ଭିତରେ ଚେର କାଟିବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ତୁଳା:-

ଏ ସପ୍ତାହରେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ ଓ ପତ୍ନୀ କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ନିଶ୍ଚୟ ଚାକିରୀ ମିଳିବ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ପ୍ରତିକାର ଗାଈକୁ ପ୍ରତ୍ୟେକ ଦିନ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଏ ସପ୍ତାହରେ ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ।

ମକର:-

ଏ ସପ୍ତାହରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି  ସଫଳତା ଲାଭ କରିବେ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ଦେଖାଦେବ। ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ। ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବେ। ବ୍ୟବସାୟରେ ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ କରିବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ।  ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ।  ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ମହିଳା ମାନଙ୍କର ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଓ ନୂତନ ଆୟର ପନ୍ଥା ଖୋଲିଯିବ। ବିରାଟ ଯୋଜନାର ସଂକଳ୍ପ ନେବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ। ଆକସ୍ମିକ ଧନ ଲାଭ ହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ମହିଳାମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ ଓ ବିବାହ କରିବାର ସୁଯୋଗରୁ ବଞ୍ଚିତ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି  ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ଲାଭ କରିବେ। ବ୍ୟବସାୟରେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଉନ୍ନତି କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। ଆର୍ଥିକ ଅନାଟନ ଯୋଗୁଁ ଗୃହର ବାତାବରଣ ଅଶାନ୍ତ ରହି ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!