ଦୈନିକ ରାଶିଫଳ: ୧୩ ନଭେମ୍ବର ୨୦୧୮। ମା ମଙ୍ଗଳାଙ୍କ କୃପାରୁ ଏହି ୩ଟି ରାଶିର ହେବ ଭାଗ୍ୟରେ ଉନ୍ନତି…

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ନଭେମ୍ବର ୨୦୧୮। ମା ମଙ୍ଗଳାଙ୍କ କୃପାରୁ ଏହି ୩ଟି ରାଶିର ହେବ ଭାଗ୍ୟରେ ଉନ୍ନତି…

ମେଷ-

କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ।ଫଲ୍ୟ ହେବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ହେବ।  ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ସାମାଜିକ ପତିଆରା ଅମଳିନ ରହିବ। କାର୍ଜ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ଆକସ୍ମିକ ଧନହାନୀ ହେତୁ ମନରେ ଦୁଃଖ ପ୍ରକାଶ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଅନ୍ୟର ଉପକାର କରି ପ୍ରଶଂସା ପାଇବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତିସହିବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହୁଅନ୍ତୁ। ବେପରୁଆ କାର୍ଯ୍ୟ କଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମିଥୁନ

ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ମହିଳାମାନଙ୍କର ରାଜନୀତିରେ ସଫଳତା ମିଳିବ ଓ କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ-

ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ଶୁଭ ଖବର ପାଇ ଖୁସି ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ଅର୍ଥନୀତିର ବିପଦରୁ  ମୁକ୍ତ ହେବେ। କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ:

ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ। ବନ୍ଧୁବାନ୍ଧବ ମାନେ ଦୂରେଇଯିବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ରହିବ। କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ। ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦେବେ।

କନ୍ୟା:-

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ତୁଳା-

ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ। ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ। ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା-

ସୁଯୋଗ ହାତପାହାନ୍ତାରେ ଥାଇ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ। ସ୍ଵାସ୍ଥ୍ୟରେ ଉନ୍ନତି ଓ ସମ୍ମାନଜନକ ଘଟଣା ଘଟି ପାରେ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଅତି ସହଜରେ ବାକିଥିବା ଅର୍ଥ ପାଇବେ। ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ଅତି ସହଜରେ ବାକିଥିବା ଅର୍ଥ ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ-

ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଜିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର-

ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। କର୍ମ ଓ ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର- ବାଶିରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ-

ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ। ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ। କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହେବେ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସିଗପ ଓ ମଉଜ ମଜଲିସ୍ କରିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମୀନ-

ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!