ଦୈନିକ ରାଶିଫଳ: ୧୩ ନଭେମ୍ବର ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ପ୍ରତିଯୋଗୀତା ପରୀକ୍ଷାରେ ସଫଳତା ମିଳିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। କର୍ମ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆୟ ବୃଦ୍ଧି ହେବ। ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ। ବ୍ୟବସାୟରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦୂରଯାତ୍ରା କରି ମନ ଖୁସି ରହିବ। ପ୍ରତିକାରମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କର୍କଟ:-

ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ଚାକିରୀରେ ଉଚ୍ଚ ପଦାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ। ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ନୂଆ ନିଯୁକ୍ତି ଯୋଗ ଅଛି। ରାଜନୀତିରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରିପାରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପରିବାରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପ୍ରତିକାରଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ତୁଳା:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ ଓ ବ୍ୟବସାୟିକ ସ୍ଥିତି ସନ୍ତୋଷ ଜନକ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।  ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ନୂତନ ସଂସ୍ଥାର ଆୟୋଜନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।    

ଧନୁ:-

ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମୀନ:-

ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ହେବ। ରାଜନୀତି କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।   

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!