ଦୈନିକ ରାଶିଫଳ: 13 ନଭେମ୍ବର 2022, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୧୩ତାରିଖ, ରବିବାର, ତୁଳାମାସ ୨୮ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ଆର୍ଦ୍ରାନକ୍ଷତ୍ର ଦିବା ୧୦ଟା ୧୮ମିନିଟ୍ ପରେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ସାଧ୍ୟ ଯୋଗ। କୌଳବ କରଣ ଦିବା ୧୧ଟା ୩୭ମିନିଟ୍ ପରେ ତୈତିଳ କରଣ। ମେଷ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ବେଲ, ପଣସ ନ ଖାଇଲେ ଭଲ ରାତି ୧୨ଟା ୫୧ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ରାତି ୧୨ଟା ୫୧ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୧୦ଟା ୭ମିନିଟ୍ ରୁ ୧୨ଟା ୫୪ମିନିଟ୍, ରାତ୍ରି ୧ଟା ୭ମିନିଟ୍ ରୁ ୨ଟା ୪୪ମିନିଟ୍। ଶୁଭସମୟ- ସକାଳ ୬ଟା ୪୩ମିନିଟ୍ ରୁ ୮ଟା ୫୪ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ୯ଟା ୨୧ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ୧ଟା ୬ମିନିଟ୍, ରାତ୍ର ୨ଟା ୪୫ମିନିଟ୍ ରୁ ୫ଟା ୫୭ମିନିଟ୍। ପର୍ବଦିନ- ସୀତା ବିବାହ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ଅଧାଥିବା କାର୍ଯ୍ୟ ପୂରଣ କରିବା ଫଳରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି। କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଉଚ୍ଚ ପଦାଧିକାରୀମାନେ ଆପଣଙ୍କୁ ସମାଲୋଚନା କରିପାରନ୍ତି। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ପୂର୍ବସମସ୍ୟାର ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ। ବନ୍ଧୁମାନଙ୍କଠାରୁ ସମର୍ଥନ ପାଇବା ଫଳରେ ବନ୍ଦହୋଇ ପଡିଥିବା କାର୍ଯ୍ୟ ପୁଣି ଚାଲୁ ହୋଇପାରେ। ପାରିବାରିକ ସୁଖ ଅପେକ୍ଷା ବ୍ୟକ୍ତିଗତ ସୁଖକୁ ଅଧିକ ଗୁରୁତ୍ୱ ଦେବେ। ଛାତ୍ରଛାତ୍ରୀମାନେ ଶିକ୍ଷାରେ ଉତ୍କୃଷ୍ଟ ଫଳ ପାଇବେ। ସର୍ବସାଧାରଣ କାର୍ଯ୍ୟ ଏବଂ ନୂତନପ୍ରକଳ୍ପ ପ୍ରତି ଆଗ୍ରହ ବୃଦ୍ଧି ପାଇବ। ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ ଓ ବିଦେଶ ଯାତ୍ରାରେ ସଫଳ ହେବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଙ୍କ ଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନୂତନବ୍ୟବସାୟ ଆରମ୍ଭ କରି ପାରିବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସବୁ ଦିଗରୁ ଭଲ ଖବର ଆସିବା ଫଳରେ ଆପଣଙ୍କ ଆତ୍ମବିଶ୍ୱାସ ବଢିବ। ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି। ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ। ଦାମ୍ପତ୍ୟ ଜୀବନରେ ରୋମାନ୍ସର ପ୍ରଭାବ ବଢିପାରେ। ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିପାଇବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବା ସହ ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଅଂଶୀଦାର ମାନଙ୍କ ସହିତ କିଛି ଚୁକ୍ତିନାମା କରି ପାରନ୍ତି। ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସମ୍ପର୍କୀୟଙ୍କ ସହଯୋଗରେ ପରିବାର ସଦସ୍ୟଙ୍କ ସହିତ ସୁସମ୍ପର୍କ ରଖି ପାରିବେ। ଛାତ୍ର ଛାତ୍ରୀମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ହରାଇ ଥିବା ଧନ ପ୍ରାପ୍ତି ହେବ। ଗୁରୁଜନଙ୍କସହ ଆଲୋଚନାକରି ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ। ସାଧାରଣ ଲୋକଙ୍କ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନ ଚୁକ୍ତିନାମା ପାଇବା ସମ୍ଭାବନା ଅଛି। ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସାମାଜିକ, ଆଧ୍ୟାତ୍ମିକ ଓ ଧାର୍ମିକକାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପରିଜନ ଓ ସାଧୁଜନପ୍ରିୟ ହେବେ। ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!