ଦୈନିକ ରାଶିଫଳ: 13 ଅକ୍ଟୋବର 2022, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୧୩ତାରିଖ, ଗୁରୁବାର, କନ୍ୟାମାସ ୨୭ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ଚତୁର୍ଥୀତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ଦିବା ୧ଟା ୫୩ମିନିଟ୍ ପରେ ବ୍ୟତିପାତ ଯୋଗ । ବବ କରଣ ଦିବା ୨ଟା ୨୯ମିନିଟ୍ ପରେ ବାଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ରାତି ୩ଟା ୮ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୩ଟା ୮ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୨୭ମିନିଟ୍ ରୁ ୫ଟା ୨୧ମିନିଟ୍, ରାତ୍ରି ୧୧ଟା ୩୨ମିନିଟ୍ ରୁ ୧ଟା ୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୫ମିନିଟ୍ ରୁ ୭ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୧୨ମିନିଟ୍ ରୁ ରାତ୍ର ୯ଟା ୨୮ମିନିଟ୍, ରାତ୍ର ୧ଟା ୬ମିନିଟ୍ ରୁ ୩ଟା ୧୩ମିନିଟ୍, ରାତ୍ର ୪ଟା ୬ମିନିଟ୍ ରୁ ୫ଟା ୪୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସମ୍ପତ୍ତି କାରବାରରୁ ଆପଣ ଭଲଲାଭ ପାଇବେ । ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଦ୍ୱାରା ଆକର୍ଷିତ ହେବେ । ଶିକ୍ଷାର୍ଥୀ ମାନେ ସେମାନଙ୍କର ତ୍ରୁଟିର ମୂଲ୍ୟାଙ୍କନ କରି ସଜାଗ ହୋଇଯିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବା ଫଳରେ ମନ ସନ୍ତୁଷ୍ଟ ହେବ । କଳା ଏବଂ ସୃଜନଶୀଳ କାର୍ଯ୍ୟରେ ବହୁତ ଲାଭ ହେବ । ନିଜର ଚିନ୍ତାଧାରାକୁ ସଂକୀର୍ଣ୍ଣ ମାନସିକତାରେ ସୀମିତ ନରଖି ଲକ୍ଷ୍ୟ ସାଧନାରେ ଦୃଢ ହେବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସରକାରୀ କାମରେ ସଫଳତା ମିଳିବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରି ପାରିବେ ନାହିଁ । ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ପନ୍ଥା ଅନୁସରଣ କରିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି ସହ ଜଡିତ ଲୋକଙ୍କ ପାଇଁ ଦିନଟି ବହୁତ ଭଲରେ କଟିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଶୁଭ ସମାଚାର ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ଟଙ୍କାର ଆବଶ୍ୟକତା ପୂରଣ ହେବ ଓ ନିଜର ପ୍ରଭାବ ପରାକ୍ରମ ବୃଦ୍ଧି ପାଇବ । ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ନିଜର ଯୋଗ୍ୟତା କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ । ପ୍ରତିକାର- ତୁଲସୀ ମୂଳମାଟି ଟିକେ ମୁଣ୍ଡରେ ଲଗାନ୍ତୁ ।

ସିଂହ:-ସରକାରୀ ସାହାଯ୍ୟ ମିଳିବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ ଓ ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରତିକୂଳ ପରିସ୍ଥିତି ଦୂରେଇଯାଇ ଆର୍ଥିକ ସହାୟତାରେ ମନ ଖୁସି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ନିଜର କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ପିଲାମାନଙ୍କ ବିଷୟରେ ଗର୍ବ ଅନୁଭବ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସାଙ୍ଗମାନଙ୍କ ସାହାଯ୍ୟରେ, ଆପଣଙ୍କର ସମସ୍ତ କାର୍ଯ୍ୟ ସହଜ ସରଳରେ ସମାପ୍ତ କରିପାରିବେ । ଜୀବନ ସାଥୀଙ୍କ ପରାମର୍ଶରେ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ବ୍ୟକ୍ତିଗତ ଜୀବନରେ ଅନ୍ୟ ବ୍ୟକ୍ତିଙ୍କ ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ହେତୁ, ସବୁ ସ୍ଥାନରେ ଭଲ ପ୍ରଦର୍ଶନ କରି ପାରିବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ । ମାନସିକ ସ୍ଥିରତା ଦେଖାଦେବ ଓ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହେବେନାହିଁ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ସାହସର ସହିତ ପରିସ୍ଥିତିକୁ ସାମ୍ନା କରି ପାରିବେ । ଅଟକି ଯାଇଥିବା ଟଙ୍କା ବା ଉଧାର ଦେଇଥିବା ଅର୍ଥ ପାଇ ପାରିବେ । କୌଣସି କାରଣରୁ ସହକର୍ମୀଙ୍କ ଠାରୁ ପ୍ରଶଂସାବାଣୀ ଶୁଣିବାକୁ ପାଇବେ । ଅନଲାଇନ୍ ବ୍ୟବସାୟ ସହିତ ଜଡିତ ଲୋକଙ୍କ ପାଇଁ ଏହି ଦିନଟି ବିଶେଷ ଶୁଭ ହେବ । ପ୍ରେମ ସମ୍ବନ୍ଧରେ ଅତ୍ୟଧିକ ଭାବପ୍ରବଣ ହୋଇ ପାରନ୍ତି । ଅନ୍ୟମାନଙ୍କ ପରାମର୍ଶ ଅପେକ୍ଷା ନିଜ ନିଷ୍ପତ୍ତି ଉପରେ ଅଧିକ ପ୍ରାଧାନ୍ୟ ଦିଅନ୍ତୁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ସାଙ୍ଗମାନଙ୍କ ସହିତ ସପିଂକୁ ଯାଇ ପାରନ୍ତି । ସୃଜନଶୀଳ ସାମର୍ଥ୍ୟର ଭଲ ବ୍ୟବହାର କରିବା ଫଳରେ ପାରିବାରିକ ଅଶାନ୍ତି ଦୂର ହେବ । ବ୍ୟବସାୟ ଦୃଷ୍ଟିକୋଣରୁ ଆପଣ ବହୁତ ଲାଭବାନ ହେବେ । ଜଟିଳ ସମସ୍ୟାର ସମାଧାନ ବାଟ ଖୋଜିବାରେ ଆପଣ ସଫଳତା ପାଇବେ । କାର୍ଯ୍ୟାଳୟରେ କିଛି ଦିନ ଧରି ଚାଲିଆସୁଥିବା ଚାପଗ୍ରସ୍ତ ପରିସ୍ଥିତି ସ୍ୱାଭାବିକ ହୋଇଯିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!