ଦୈନିକ ରାଶିଫଳ: 13 ଅକ୍ଟୋବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୧୩ ତାରିଖ, ମଙ୍ଗଳବାର, କନ୍ୟା ମାସ ୨୮ ଦିନ, ମଳ ଆଶ୍ଵିନମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ଶିମ୍ବ, ଆମିଷ ନ ଖାଇଲେ ଭଲ, ଦିବା ୨ଟା ୩୬ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୫ନିଟ୍ ରୁ ୬ଟା ୨୯ମିନିଟ୍, ସକାଳ ୮ଟା ୩୯ମିନିଟ୍ ରୁ ୧୧ଟା ୮ମିନିଟ୍, ସନ୍ଧ୍ୟା ୫ଟା ୨୨ମିନିଟ୍ ରୁ ୬ଟା ୫୩ମିନିଟ୍, ରାତ୍ର ୮ଟା ୨୭ମିନିଟ୍ ରୁ ୮ଟା ୩୮ମିନିଟ୍, ରାତ୍ର ୯ଟା ୨୯ମିନିଟ୍ ରୁ ୧୧ଟା ୫୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବ ନାହିଁ। କାର୍ଯ୍ୟଆଳୟରେ ଆଲୋଚନା ସରଗରମ ହୋଇପାରେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳି ଯିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ପିଲାମାନଙ୍କର ପ୍ରତିଭା ବିକଶିତ ହେବା ପଳରେ ଖୁସି ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ନୂତନପନ୍ଥା ଅନୁସରଣ କରି ପାରନ୍ତି। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ଗାମ୍ଭୀର୍ଯ୍ୟପୂର୍ଣ୍ଣ ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇ ପାରିବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। କିନ୍ତୁ  ମନ ଭଲ ରହିବ ନାହିଁ। ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-

ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଶିକ୍ଷାକ୍ଷେତ୍ରରେ ସମସ୍ତକର୍ମ ଭଲରେ ସମ୍ପନ୍ନ ହେବ ଓ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଆଶାତୀତ ଲାଭପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ପରିବାଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଶାରୀରିକ ସୁସ୍ଥତା ଫେରିଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ଶିଳ୍ପବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି। କାରବାରରେ ସ୍ଥିତି ଠିକ୍ ରହିବ। ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:-

କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ।  ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ଗୃହବାହନ ପ୍ରାପ୍ତି ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେଇ ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!