ଦୈନିକ ରାଶିଫଳ: 13 ସେପ୍ଟେମ୍ବର 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୧୩ତାରିଖ, ମଙ୍ଗଳବାର, ସିଂହମାସ ୨୮ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ତୃତୀୟାତିଥି ଦିବା ୧୦ଟା ୩୭ମିନିଟ୍ ପରେ ଚତୁର୍ଥୀତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର, ସକାଳ ୬ଟା ୩୬ମିନିଟ୍ ପରେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ ସକାଳ ୭ଟା ୩୫ମିନିଟ୍ ପରେ ଧୃବ ଯୋଗ । ବିଷ୍ଟି କରଣ ଦିବା ୧୦ଟା ୩୭ମିନିଟ୍ ପରେ ବବ କରଣ । ମକର ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର ସକାଳ ୬ଟା ୩୬ମିନିଟ୍ ପରେ ମେଷ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ ଦିବା ୧୦ଟା ୩୭ମିନିଟ୍ ପରେ ମୂଳା ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଆଗ୍ନେୟେ ଦିବା ୧୦ଟା ୩୭ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୮ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧ଟା ୧୩ମିନିଟ୍ ରୁ ୨ଟା ୪୫ମିନିଟ୍, ରାତ୍ରି ୭ଟା ୧୬ମିନିଟ୍ ରୁ ୮ଟା ୪୫ମିନିଟ୍ । ଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୦ଟା ୨୮ମିନିଟ୍, ଦିବା ୧୨ଟା ୫୬ମିନିଟ୍ ରୁ ଦିବା ୧ଟା ୧୨ମିନିଟ୍, ଦିବା ୪ଟା ୧୭ମିନିଟ୍ ରୁ ୪ଟା ୫୮ମିନିଟ୍, ସନ୍ଧ୍ୟା ୫ଟା ୪୮ମିନିଟ୍ ରୁ ୬ଟା ୩୪ମିନିଟ୍, ରାତ୍ର ୮ଟା ୫୮ମିନିଟ୍ ରୁ ୧୧ଟା ୧୭ମିନିଟ୍, ରାତ୍ର ୧ଟା ୪୧ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ଅପରପକ୍ଷର ଚତୁର୍ଥୀ ଶ୍ରାଦ୍ଧ ।

ମେଷ:-ଚାକିରୀରେ ସୁଯୋଗ ହାତଛଡା ହେବାର ନାହିଁ । ସମସ୍ତ ପ୍ରକାର ବ୍ୟବସାୟରେ ପ୍ରଚୁର ଲାଭ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ ଜୟଯୁକ୍ତ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ । ଦୂରଯାତ୍ରା କଷ୍ଟକର ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଶାରିରୀକ ସୁସ୍ଥତା ଅନୁଭବ କରିବା ସହ ଶତୃମାନେ ପରାଜିତ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କର୍ମଚାରୀ ମାନଙ୍କର ଅତ୍ୟଧିକ କାର୍ଯ୍ୟଚାପ ହେତୁ ଚିନ୍ତିତ ରହିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବା ସହ ସ୍ଥାନାନ୍ତରର ସୂଚନା ପାଇ ପାରନ୍ତି । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ଶତୃମାନେ ତଳମୁହାଁ ହେବେ ଓ ଅଚାନକ ଧନ ପ୍ରାପ୍ତି ହେବ । ସନ୍ତାନ ସନ୍ତତିଙ୍କର ଉନ୍ନତିରେ ଖୁସିହେବେ । ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ବ୍ୟବସାୟରେ ନୂତନଧାରା ଖୋଲି ମନ ଆନନ୍ଦିତ ହେବ । ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଉନ୍ନତି ହେବା ସହ ଯଶ ପ୍ରତିଷ୍ଠା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଆଶା କରୁଥିବା କାର୍ଯ୍ୟ ସହଜ ସରଳରେ ସମାଧାନ ହୋଇଯିବ । ଲୋକସମ୍ପର୍କ ବୃଦ୍ଧି ପାଇବା ଫଳରେ ଅନେକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ଆୟ ତୁଳନାରେ ବ୍ୟୟ ମଧ୍ୟ ସମାନ ରହିବ । ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ କିଛି ଜିନିଷର କ୍ଷତି ହୋଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଯୁବକ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ବାଦବିବାଦ, ମାଲିମୋକଦ୍ଦମା, ଉଚ୍ଚଶିକ୍ଷା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ବାଧ୍ୟ ହେବେ । ରାଜନୈତିକ କ୍ଷେତ୍ରରେ ପଦପଦବୀ ଲାଭ ହେବ । ଅଚାନକ ଧନପ୍ରାପ୍ତି ହେବ ଓ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଖୁସି ରହିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଲାଭ ମିଳିବ । ଧାର୍ମିକ ଅନୁଷ୍ଠାନରେ ଯୋଗ ଦେଇ ଶୁଭ ଫଳ ପାଇବେ । ଜାଗା ଜମି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ । କର୍ମକ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବା ସହ ଦଇତ୍ଵ ବଢିଯିବ । ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ନୂଆ ନିଯୁକ୍ତି ପାଇବା ସହ ଆକସ୍ମିକ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଶାନ୍ତିସନ୍ତୋଷ ଦେଖାଦେବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ । ପ୍ରତିଯୋଗିତା ପରୀକ୍ଷା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଦୂରଯାତ୍ରା କରିବା ଦ୍ଵାରା ସୁସ୍ଥତା ଅନୁଭବ କରିବେ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ଅର୍ଥାଗମ ଦିଗ ଖୋଲା ରହିବ । ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ବ୍ୟବସାୟରେ ଶତୃ ବୃଦ୍ଧିହେଲେ ମଧ୍ୟ ଅଧିକାଂଶ ଦ୍ରବ୍ୟରେ ଆଶାତୀତ ଲାଭ ପାଇବେ । ଦାମ୍ପତ୍ୟ ସୁଖରେ ଉତ୍ସାହ ଦେଖାଦେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବାସହ ଅଚାନକ ଧନ ପ୍ରାପ୍ତି ହେବ । ବ୍ୟବସାୟରେ ଅଧିକ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପ୍ରେମସମ୍ପର୍କ ବିବାହରେ ପରିଣତ ହୋଇପାରେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ବଢେଇବାର ସୁଯୋଗ ମିଳିବା ଫଳରେ ଉତ୍ସାହିତ ହେବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ସରକାରୀ କର୍ମଚାରୀମାନେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟିରେ ରହିବେ । ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ । ବିବାଦୀୟ କ୍ଷେତ୍ରରେ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଖୁସିହେବେ । ଦୂର ସ୍ଥାନକୁ ଯାତ୍ରା କରିବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ସାଧାରଣ ଦିନଚର୍ଯ୍ୟା ଅତୁଟ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!