ଦୈନିକ ରାଶିଫଳ: ୧୩ ସେପ୍ଟେମ୍ବର ୨୦୧୯, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କୌଣସି ଇଲୋକଟ୍ରନିକ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରିବେ। ପୁରାତନ ରୋଗରୁ ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଅନେକ ଦିଗରୁ ଖୁସି ମିଳିବ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ବା ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ମହିଳା ମାନଙ୍କର ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ। ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଧୀରେ-ଧୀରେ ସନ୍ଧ୍ୟାପରେ ଆପଣଙ୍କ ସପକ୍ଷରେ ଯିବ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ। ମହିଳା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ମାନସିକ ଶାନ୍ତି ଅନୁଭବ କରିବେ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ବ୍ୟବସାୟ ପାଇଁ ଆଖ ପାଖକୁ ଯାତ୍ରା କରି ସୁଖ ଅନୁଭବ କରିବେ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ। କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବ୍ୟବସାୟିକ ଯାତ୍ରା କରିବା ଦ୍ଵାରା ଭବିଷ୍ୟତରେ ଧନ ଲାଭ ହେବାର ସମ୍ଭାବନା ଅଛି। ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ। ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚପଦରେ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ। ପରିଶ୍ରମର ପୁରା ଲାଭ ମିଳିବ। ଚାକିରିରେ ସ୍ଥାନାନ୍ତର ଭୟ ରହିବ। ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ। ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ। ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ। ଅଚାନକ ପରିଣାମରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ। ମାନସିକତାରେ ପରିବର୍ତ୍ତନ ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ବହୁତ ପଇସା ଇନକମ୍ କରିବେ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ଭଲ ଚାକିରୀ ମିଳିପାରେ। କାମ-କାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେବେ। କର୍ମକ୍ଷେତ୍ରରେ ମାନ-ସମ୍ମାନ, ଯଶ, କୀର୍ତ୍ତି ବୃଦ୍ଧି ହେବା ସହ ବୋନସ୍ ଏବଂ ପଦୋନ୍ନତି ଆଦି ମିଳିବାର ସମ୍ଭାବନା ଅଛି। ବିଦ୍ୟାର୍ଥୀମାନଙ୍କୁ ଶୁଭ-ସୂଚନା ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ। ଶୁଭ ସମାଚାର ପାଇ ଖୁସିହେବେ। ଜଗିରଖି କଥାବାର୍ତ୍ତା କରିଲେ ପାରିବାରିକସ୍ଥିତି ବଦଳିବ। ସ୍ଵାସ୍ଥ୍ୟରେ ଉନ୍ନତି ହେବ। ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହୋପକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇପାରନ୍ତି। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

କୁମ୍ଭ:-

ଶତୃ ଓ ବିରୋଧୀମାନେ ଦୂରେଇଯିବେ। ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ପ୍ରତ୍ୟେକ କ୍ଷେତ୍ରରେହେବ। ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:

ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ ଓ ଧନ ସମ୍ପତିରେ ଘର ହସି ଉଠିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ,  ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବା ସହ ଏକ ସଙ୍ଗେ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!