ଦୈନିକ ରାଶିଫଳ: ୧୩ ସେପ୍ଟେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୧୩ ତାରିଖ, ରବିବାର, ସିଂହ ମାସ ୨୯ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ଶିମ୍ବ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୮ମିନିଟ୍ ରୁ ୯ଟା ୪୦ମିନିଟ୍, ଦିବା ୧ଟା ୧୪ମିନିଟ୍ ରୁ ୧ଟା ୪୩ମିନିଟ୍, ସନ୍ଧ୍ୟା ୬ଟା ୩୫ମିନିଟ୍ ରୁ ରାତ୍ର ୮ଟା ୫୬ମିନିଟ୍। ପର୍ବଦିନ- ଅପରପକ୍ଷର ଏକାଦଶୀ ଶ୍ରାଦ୍ଧ, ସ୍ମାର୍ତ୍ତ ସମ୍ମତ ଇନ୍ଦିରା ଏକାଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ। ନିକଟ ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ବଦଳିଯିବ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇ ଯିବ। ଶାରୀରିକ ସୁସ୍ଥତା ଫେରିଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରି ପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇ ପାରନ୍ତି। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ। ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆୟବୃଦ୍ଧି, ଋଣମୁକ୍ତି, ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ ଓ ବକେୟା ଅର୍ଥ ଆଦାୟ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।  

ସିଂହ:-

ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ପ୍ରେମିକ ପ୍ରେମିକାମାନେ ମନୋ ରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଉନ୍ନତି ଫଳରେ ସନ୍ତୋଷ ଦେଖାଦେବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର:- ଅସହାୟକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-

ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଉତ୍ସାହିତ ହେବେ। କ୍ଷମତା, ଯୋଗ୍ୟତାରେ ଯୋଡି ହୋଇ ପାରିବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବ ନାହିଁ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ହେବ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ପ୍ରତିକାର:- ଅସହାୟକୁ ନିରାଶ କରନ୍ତୁ ନାହିଁ ।

ମୀନ:-

ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟୀମାନେ ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। କର୍ମ କ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ସ୍ୱାସ୍ଥ୍ୟ ଭଲ ରହିବା ସହ ଅର୍ଥଲାଭ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!