ଦୈନିକ ରାଶିଫଳ: ୧୪ ଏପ୍ରିଲ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତି ନେବେ କିଛି ବଡ ନିଷ୍ପତ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୧୪ତାରିଖ, ମଙ୍ଗଳବାର, ମେଷ ମାସ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ସପ୍ତମୀ ତିଥି, ପୂର୍ବାଷାଢା  ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ। ଶୁଭସମୟ ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୧ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ୧ଟା ୧୯ମିନିଟ୍, ଦିବା ୪ଟା ୨୮ମିନିଟ୍ ରୁ ୫ଟା ୧୦ମିନିଟ୍, ସନ୍ଧ୍ୟା ୬ଟା ୧ମିନିଟ୍ ରୁ ୬ଟା ୪୭ମିନିଟ୍, ରାତ୍ର ୯ଟା ୬ମିନିଟ୍ ରୁ ରାତ୍ର ୧୧ଟା ୨୨ମିନିଟ୍। ପର୍ବଦିନ ଡ଼ ଆମ୍ବେଦକର ଜୟନ୍ତୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ ଓ ବକେୟା ଅର୍ଥ ଆଦାୟ ହେବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯିବ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ କ୍ଷେତ୍ରରେ ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ଲାଭର ପରିମାଣ ଅଧିକ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ପୂରଣ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶତୃମାନେ ପରାଜିତ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଶୁଭ ସୂଚନା ଶୁଣିବାକୁ ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ଓ ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତି କିମ୍ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ସତର୍କରେ ନ ଚାଲିଲେ ଅପବାଦ ବଦନାମ ହେବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ପାରିବାରିକ ଜୀବନ ସୁଖମୟ ହେବ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ। ଭାଇ ବନ୍ଧୁ ମିତ୍ରମାନଙ୍କ ଠାରୁ ଲାଭ ମିଳିବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। କୌଣସି ଭୁଲ୍ କାମ କରି ନିଜେ ଅନୁତାପ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ। ଚାକିରିରେ ପଦୋନ୍ନତିସହ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ବନ୍ଧୁଙ୍କସହ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

କାହାରି ପାଖରେ ମୁଣ୍ଡ ନଇଁବ ନାହିଁ।  ଚାକିରିରେ ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କଲେ ହଇରାଣ ହେବେ। ନାନା ବାଟରେ ଧନାଗମ ଘଟିବ ଓ ସେହିପରି ଖର୍ଚ୍ଚର ଦ୍ଵାର ସାହାଣ ମେଲା ରହିବ। ପାରିବାରିକ ଜୀବନରେ ଅ।ବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ କ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ଇଷ୍ଟ ପ୍ରାପ୍ତ ହେବାର ଅନେକ ସମ୍ଭାବନା ଅଛି।ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବାର ସୁଯୋଗ ପାଇ ପାରିବେ। ଅର୍ଥକୁ ଭଗବାନ ଜ୍ଞାନ କରି ଗୁରୁତ୍ଵ ଦେଇ ଚାଲିବା ଦ୍ଵାରା ଘର ହସି ଉଠିବ। କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବା ଫଳରେ ଆତ୍ମସନ୍ତୋଷ ଦେଖାଦେବ। ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ। ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତିଙ୍କ ମଧ୍ୟରୁ କେହି ବାଦ ସାଧିବା ଉଦେଶ୍ୟରେ କାଗଜପତ୍ର ଗୋଳମାଳ କରାଇ ରାଜକୋପର ବଳୟମଧ୍ୟକୁ ଘୋଷାଡ଼ି ନେଇ ପାରନ୍ତି। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ।ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ। ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟି ଯାଇ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନଙ୍କୁ ବିବାଦମାନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସ୍ୱାସ୍ଥ୍ୟ ସଙ୍କଟ ଦୂରେଇଯିବ ଓ ଧନ ସମ୍ପତିରେ ଘର ହସି ଉଠିବ। ଉଚ୍ଚଆଶା ସଫଳ ହେବ। ସାମ୍ବାଦିକତାରେ ପ୍ରଂଶସିତ ହେବେ। କର୍ମକ୍ଷେତ୍ରରେ ଆଶା କରୁଥିବା ଖବର ଅଚାନକ ଭାବରେ ଶୁଣି ଖୁସି ହେବେ। ନିକଟ ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ। ବ୍ୟବସାୟରେ ଧନଧାନ୍ୟରେ ଗୃହ ଭରପୁର ହୋଇଉଠିବ ଓ ଲାଭ ଆପଣଙ୍କ ପଛେ ପଛେ ଗୋଡ଼ାଇବ। ମିତ୍ରଙ୍କର ସହଯୋଗରେ ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ।  ପ୍ରେମିକ ପ୍ରେମିକା ମାନଙ୍କର ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!