ଦୈନିକ ରାଶିଫଳ: 14 ଏପ୍ରିଲ 2021, ଆଜି ପଣାସଙ୍କ୍ରାନ୍ତିରେ ଏହି 4ଟି ରାଶି ବ୍ୟକ୍ତିଙ୍କର ବଦଳିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୧୪ତାରିଖ, ବୁଧବାର, ମେଷମାସ ୧ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି, ଦ୍ଵିଜାନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ବୋଇତି କଖାରୁ ନ ଖାଇଲେ ଭଲ, ଦିବା ୧୨ଟା ୩୪ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଶୁଭସମୟ- ସକାଳ ୫ଟା ୩୪ମିନିଟ୍ ରୁ ୭ଟା ୧୨ମିନିଟ୍, ଦିବା ୧୦ଟା ୧୪ମିନିଟ୍ ରୁ ୧୧ଟା ୨୧ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୦ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ୧୦ଟା ୩୬ମିନିଟ୍, ରାତ୍ର ୧ଟା ୪୩ମିନିଟ୍ ରୁ ୨ଟା ୩୮ମିନିଟ୍ । ପର୍ବଦିନ- ମହାବିଷୁବ ପଣାସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ, ଶ୍ରୀ ରାଧାରମଣ ଦେବଙ୍କ ଜନ୍ମୋତ୍ସବ, ଡ଼ ଆମ୍ବେଦକର ଜୟନ୍ତୀ ଓ ମେରୁଯାତ୍ରା । ଶକାବ୍ଦ ୧୯୪୩ ଆରମ୍ଭ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଭଲ ହେବ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ସୃଷ୍ଟିହୋଇ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେଇ ପାରେ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ମାନସିକ ଅଶାନ୍ତି ଦେଖାଦେବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ ଓ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ରାଜନୀତି କ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ହେବ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ଆଶାନୁରୂପ ଲାଭ ପାଇବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ରାଜକୀୟ ସମ୍ମାନ ମିଳିବା ସହ ଯଶକୀର୍ତ୍ତି, ମାନସମ୍ମାନ ପ୍ରତିଷ୍ଠା ପାଇବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ନୂତନ କର୍ମ ନିଯୁକ୍ତି ପାଇ ପାରିବେ । ରାଜନୀତି କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟହୋଇ ଉତ୍ସାହ ସହ କାର୍ଯ୍ୟ କରିବେ । ଯାନବାହାନ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ କ୍ଷେତ୍ରରେ ଶୁଭ ସୂଚନା ପାଇ ମାନସିକ ଶାନ୍ତି ମିଳିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟ ହାନୀ ହେବା ସହ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ । ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ଭାରସାମ୍ୟ ହରାଇ ପାରନ୍ତି । ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହେବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟ କରି ପାରିବାରିକ ଦୁଶ୍ଚିନ୍ତାଦେଖା ଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଶୁଭ ସମାଚାର ପାଇ ଖୁସି ହେବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ରାଜନୀତିରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ ଓ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେଇ ମଥାନତ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ପ୍ରତିକାର- ଫିକାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ଧନୁ:-

ରାଜନୀତିରେ ଉଚ୍ଚପ୍ରଶଂସିତ ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବ୍ୟବସାୟରେ ଆର୍ଥିକ ଦିଗରୁ ଉନ୍ନତି ହେବା ସହ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରଶଂସା ପାଇବେ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତିକାର-ମା-ଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ସହଯୋଗୀ ମାନଙ୍କ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପ୍ରଶଂସା ପାଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ବିଜୟୀ ହୋଇ ପ୍ରଶଂସା ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ଆୟରସ୍ରୋତ ଖୋଲିଯିବ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଗଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ଶୁଭକାମ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଭାଇ ବନ୍ଧୁ ମାନଙ୍କ ଠାରୁ ଶୁଭ ସମାଚାର ମିଳିବ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରି ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପାରିବାରିକ ସମସ୍ୟା ସୁଧାରୀ ନେବେ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-

ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରଶଂସା ପାଇବେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।.

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!