ଦୈନିକ ରାଶିଫଳ: 14 ଏପ୍ରିଲ 2022, ଆଜି ମହାବିଷୁବ ପଣା ସଙ୍କ୍ରାନ୍ତି ରେ ବଜରଙ୍ଗବଲିଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୧୪ ତାରିଖ, ଗୁରୁବାର, ମେଷ ମାସ ୧ ଦିନ, ଚୈତ୍ରମାସ ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର ଦିବା ୯ ଟା ୫୫ମିନିଟ୍ ପରେ ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର ଦିବା ୩ ଟା ୫୩ ପରେ କନ୍ୟା ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ ଦିବା ୯ଟା ୫୧ମିନିଟ୍ ପରେ ଧ୍ରୁବ ଯୋଗ । କୌଳବ କରଣ ଦିବା ୪ଟା ୨୮ମିନିଟ୍ ପରେ ତୈତିଳ କରଣ । ତୁଳା, କୁମ୍ଭ ରାଶିର ଘାତବାର । କର୍କଟ ଓ ମକର ରାଶିର ଘାତଚନ୍ଦ୍ର ଦିବା ୩ଟା ୫୩ମିନିଟ୍ ପରେ ବୃଷ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଦକ୍ଷିଣେ ରାତି ୩ଟା ୫୬ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୪ମିନିଟ୍ ରୁ ସନ୍ଧ୍ୟା ୬ଟା ୧ମିନିଟ୍, ରାତ୍ରି ୧୧ଟା ୪୭ମିନିଟ୍ ରୁ ୧ଟା ୧୩ମିନିଟ୍ । ଶୁଭସମୟ- ସକାଳ ୫ଟା ୩୪ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୦ଟା ୩୩ମିନିଟ୍ ରୁ ୧ଟା ୨ମିନିଟ୍, ରାତ୍ର ୨ଟା ୨୯ମିନିଟ୍ ରୁ ୩ଟା ୧୪ମିନିଟ୍ । ପର୍ବଦିନ- ମହାବିଷୁବ ପଣା ସଂକ୍ରାନ୍ତି, ହନୁମାନ ଜୟନ୍ତୀ, ଅନଙ୍ଗ ତ୍ରୟୋଦଶୀ, ଡ଼ ଆମ୍ବେଦକର ଜୟନ୍ତୀ ।

ମେଷ:-ଆକସ୍ମିକ ଧନ ପ୍ରାପ୍ତି ହେବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ନିଜଲୋକ ସାହାଯ୍ୟ କରିବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଆର୍ଥିକସ୍ଥିତିକୁ ସୁଧାରି ପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବା ସହ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ପ୍ରେମିକ ପ୍ରେମିକାମାନଙ୍କର ସମ୍ୟକ ବୁଦ୍ଧି ଜାଗ୍ରତ ଓ ଇଛାଶକ୍ତି ପ୍ରବଳ ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଖେଳ, କୁଦ ପ୍ରତିଯୋଗିତାରେ ଓ ପଢିବା, ପଢେଇବାରେ ସଫଳତା ମିଳିବ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଗୃହସମସ୍ୟା ସମାଧାନ ହେବ । ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପାରିବାରିକ ଜୀବନରେ ସୁଧାର ହେବ । ପ୍ରତିକାର- କମଳାରଙ୍ଗରବସ୍ତ୍ର ପରିଧାନ କରନ୍ତୁ । ନତୁବା କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ଆର୍ଥିକ ମାମଲା ସୁଧୁରିବ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବା ସହ ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଭୌତିକ ସୁଖ-ସୁବିଧା ସାଧନରେ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ । ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହୋଇ କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ । ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଦୂରଯାତ୍ରାରେ ଲାଭପାଇବେ । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରି ନିଜକୁ ସୁସ୍ଥ ମନେକରିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଟେନସନ ଦୂର ହେବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପିଲାଙ୍କସହ ଖୁସିରେ ରହିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ବିଦ୍ୟାରେ ଉନ୍ନତି, ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ତିକ୍ତତା ଦୂରହେବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!