ଦୈନିକ ରାଶିଫଳ: 14 ଏପ୍ରିଲ 2023, ଶୁକ୍ରବାର, ମା ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କାମରେ ସଫଳତା ପାଇବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ବନ୍ଧୁଙ୍କ ଆଗମନ ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବିଦ୍ୟାରେ ଉନ୍ନତି କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କୋର୍ଟ କଚେରୀ ସମ୍ବନ୍ଧିୟ ସମସ୍ୟା ଦେଖା ଦେଇପାରେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ବ୍ୟବସାୟରେ ଉନ୍ନତି କରିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଶତୃମାନେ ଦୂରେଇ ଯିବେ ଓ ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଆୟ ମଧ୍ୟ ଉତ୍ତମ ରହିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଅଚାନକ ଧନପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଜାଗା, ଜମି, ବାସଗୃହ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସାମାଜିକ ଯାତ୍ରାରେ ବାଧାପ୍ରାପ୍ତ ହୋଇପାରେ। ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। କେହି କୌଣସି କ୍ଷତି କରି ପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ପାଇବା ସହ ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟ କ୍ଷେତ୍ରକୁ ପ୍ରସାର ପ୍ରଚାର କରିବା ଫଳରେ ଆୟ ଉପାର୍ଜନ ବୃଦ୍ଧିହେବ। ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ରାଜନୀତି ମାମଲାରେ ସଫଳତା ମିଳିବ। ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂରହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ସନ୍ତାନର ଉଚ୍ଚଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ରୋଜଗାର ସମସ୍ୟା ସୁଧୁରି ଯିବ। ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଘରୋଇ ସମସ୍ୟାର ସମାଧାନ ହୋଇ ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସାମାଜିକ ପତିଆରା ଅମଳିନ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଶ୍ୱଶୁର ଘର ପକ୍ଷରୁ ଆର୍ଥିକ ସହାୟତା ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି ହେବା ସହ ସନ୍ତାନଙ୍କ ଶୁଭ ଖବର ପାଇ ଖୁସି ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ଅନେକ ସମସ୍ୟାର ସମାଧାନ କରି ପାରିବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ତୀର୍ଥାଟନ ଯୋଗ ଥିବାରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ବାଣିଜ୍ୟରେ ସୁଫଳ ପ୍ରାପ୍ତିହେବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ ଓ ସ୍ଵାସ୍ଥ୍ୟହାନିର ମଧ୍ୟ ଆଶଙ୍କା ରହିଛି। ସନ୍ତାନଙ୍କ ଠାରୁ ମାନସିକ ଚିନ୍ତା ଦେଖାଦେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!