ଦୈନିକ ରାଶିଫଳ: ୧୪ ଅଗଷ୍ଟ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମାନସିକ ଶାନ୍ତି ସହ ଆକସ୍ମିକ ଧନ ପ୍ରାପ୍ତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ଓ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବା ସହ ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ  ହେବ। ଆର୍ଥିକଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଆକସ୍ମିକ ଅର୍ଥଲାଭ ହେବା ଫଳରେ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ସାମାନ୍ୟ ପରିଶ୍ରମ କରି  ଅଧିକ ଲାଭ ପାଇବେ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ବନ୍ଧୁ, ମିତ୍ର, ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍। ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବିଦ୍ୟୁତ, ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଭୋଗ ବିଳାସ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହୋଇ ସମ୍ପତ୍ତି କ୍ରୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଉଚ୍ଚକର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ସହ ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମ କ୍ଷେତ୍ରରେ ସମ୍ମାନ ବୃଦ୍ଧି  ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ଉପକୃତ ହେବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି ସହ ପରୀକ୍ଷା ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଆଜି ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ନୂଆସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ  ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସିହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ  ନୂତନ  ବ୍ୟବସାୟର ଯୋଜନା କରିବେ। ଆତ୍ମୀୟଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇ ଯାଇ ପାରେ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପରିବାରରେ ଓ କୁଟୁମ୍ବରେ ଗୁରୁକାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବ୍ୟବସାୟରେ ଭାଗୀଦାର ମାନଙ୍କ ସହ ନୂତନ ବ୍ୟବସାୟ ଆରମ୍ଭପାଇଁ ଯୋଜନା ପ୍ରସ୍ତୁତ କରି ଆଶାତୀତ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ  ଆସିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମକର:-

ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଯଶ, ମାନ, ପ୍ରତିଷ୍ଠା ବୃଦ୍ଧିପାଇବ। ପ୍ରତିଯୋଗିତାରେ ଓ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ଫଳରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ପରିବାରରେ  ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର। ବୁଝି ବିଚାରୀ କାର୍ଯ୍ୟ କଲେ ସାମାଜିକ ସ୍ଥିତି ଓ ମାନ-ସମ୍ମାନ ବୃଦ୍ଧିହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ଉନ୍ନତି ହେବ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସନ୍ତାନଙ୍କ ସହଯୋଗ ପାଇ ସୁଖ ପ୍ରାପ୍ତି ହେବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ପରୀକ୍ଷାପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ  ପରିସ୍ଥିତି ସୃଷ୍ଟିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!