ଦୈନିକ ରାଶିଫଳ: ୧୪ ଅଗଷ୍ଟ ୨୦୨୦, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟମାସ ୧୪ ତାରିଖ, ଶୁକ୍ରବାର, କର୍କଟ ମାସ ୩୦ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଦଶମୀତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୧ମିନିଟ୍ ରୁ ୬ଟା ୨୦ମିନିଟ୍, ସକାଳ ୭ଟା ୧୨ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୭ମିନିଟ୍ ରୁ ୨ଟା ୪୭ମିନିଟ୍, ଦିବା ୪ଟା ୩୧ମିନିଟ୍ ରୁ ସନ୍ଧ୍ୟା ୬ଟା ୧୧ମିନିଟ୍, ରାତ୍ର ୭ଟା ୪୩ମିନିଟ୍ ରୁ ରାତ୍ର ୯ଟା ୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଅଧ୍ୟୟନ, ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ସମାଜ ସେବାରେ ପ୍ରଶଂସିତ ହେବେ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ଓ ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହି ପାରନ୍ତି। ପାରିବାରିକ କାମକୁ ଶୃଙ୍ଖଳିତ କରିବେ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରି ପାରନ୍ତି । ବାହ୍ୟ କ୍ଷେତ୍ରରେ ବିପଦରେ ପଡି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ବିରୋଧିମାନେ ଦୂରେଇ ଯିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶାରୀରିକ କଷ୍ଟ ଦୂର ହେବ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ। ଛାତ୍ରଛାତ୍ରୀମାନଙ୍କର ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ବିଦ୍ୟାରେ ଉନ୍ନତି ହେବା ସହ ଶୁଭ ସମାଚାର ମିଳିପାରେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପରିଜନ ଓ ସାଧୁଜନପ୍ରିୟ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ବିଦ୍ୟା କ୍ଷେତ୍ରରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଉନ୍ନତି ହେବ ଓ ମନ ଖୁସି ରହିବ। ଆତ୍ମୀୟଙ୍କ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରି ଯାଇ ସୁଖ, ସମ୍ପତ୍ତି ଲାଭ ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ।  ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହ ପରିସ୍ଥିତିରେ ଉନ୍ନତି ଘଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂଆ ମିତ୍ରଙ୍କ ସମ୍ପର୍କରେ ଉନ୍ନତି ହେବା ସହ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖା ଦେବ। ଅଧାଥିବା କାର୍ଯ୍ୟ ପୂରଣ କରିବା ଫଳରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ମନରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯାଇ ଅର୍ଥାଗମହେବ। କର୍ମକ୍ଷେତ୍ରରେ ଅଶାନ୍ତି, ବିଶୃଙ୍ଖଳାରୁ ମୁକ୍ତ ହୋଇ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ କୃଷିଜାତ ଦ୍ରବ୍ୟର ବ୍ୟବସାୟୀ ମାନେ ଅଧିକ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବିଦ୍ୟା କ୍ଷେତ୍ରରେ ସାଫଲ୍ୟ ଯୋଗେ ଶାନ୍ତି ପାଇବେ। ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!