ଦୈନିକ ରାଶିଫଳ: 14 ଅଗଷ୍ଟ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୧୪ତାରିଖ, ରବିବାର, କର୍କଟମାସ ୨୯ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ତୃତୀୟାତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର ଦିବା ୪ଟା ୧୫ମିନିଟ୍ ପରେ ମୀନ ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ । ବାଣିଜ୍ୟ କରଣ ଦିବା ୧୧ଟା ୪୦ମିନିଟ୍ ପରେ ବିଷ୍ଟି କରଣ । ମେଷ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର ଦିବା ୪ଟା ୧୫ମିନିଟ୍ ପରେ ଧନୁ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ ରାତି ୧୦ଟା ୩୬ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୧୦ଟା ୩୬ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୬ମିନିଟ୍ ରୁ ୧ଟା ୨୬ମିନିଟ୍, ରାତ୍ରି ୧ଟା ୧୬ମିନିଟ୍ ରୁ ୨ଟା ୪୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୧ମିନିଟ୍ ରୁ ୯ଟା ୪୩ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୧ଟା ୫୭ମିନିଟ୍, ସନ୍ଧ୍ୟା ୬ଟା ୫୮ମିନିଟ୍ ରୁ ରାତ୍ର ୯ଟା ୧୨ମିନିଟ୍, ରାତ୍ର ୧୨ଟା ୧୫ମିନିଟ୍ ରୁ ୧ଟା ୧୫ମିନିଟ୍, ରାତ୍ର ୨ଟା ୪୧ମିନିଟ୍ ରୁ ରାତ୍ର ୩ଟା ୧୩ମିନିଟ୍ । ପର୍ବଦିନ- ଅଙ୍ଗଭେଟ ତୃତୀୟା, ଖୁଦୁରୁକୁଣୀ ଓଷା ପ୍ରଥମ ପାଳି ଆରମ୍ଭ ।

ମେଷ:-ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କେତେକ କ୍ଷେତ୍ରରେ ପୁରୁଣା ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ମାନସିକ ଚିନ୍ତା ଦୂର ହେବ । ଉଚିତ୍ ପନ୍ଥା ଗ୍ରହଣ କରି ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରିପାରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ହସ ଖୁସିରେ ସମୟ ବିତିବ । ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ରଙ୍କର ସାହାଯ୍ୟ ସହଯୋଗ ପାଇ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଆକସ୍ମିକ ଧନପ୍ରାପ୍ତି ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଜନସମ୍ପର୍କ ସୁଦୃଢ ହେବ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । କାରବାର ଓ କାମ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ପ୍ରତ୍ୟକ୍ଷ, ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତି ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!