ଦୈନିକ ରାଶିଫଳ: ୧୪ ଡିସେମ୍ବର ୨୦୧୮। ମା ସନ୍ତୋଶୀ ଙ୍କ ଆଶୀର୍ବାଦ ରୁ ଆଜି ଏହି ରାଶି ଲୋକଙ୍କର ଧନ ସମ୍ବନ୍ଧିତ ସମସ୍ୟା ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୪ ଡିସେମ୍ବର ୨୦୧୮। ମା ସନ୍ତୋଶୀ ଙ୍କ ଆଶୀର୍ବାଦ ରୁ ଆଜି ଏହି ରାଶି ଲୋକଙ୍କର ଧନ ସମ୍ବନ୍ଧିତ ସମସ୍ୟା ହେବ ଦୂର

ମେଷ:-

ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ସନ୍ତାନ ମାନଙ୍କ ପାଇଁ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର-ପିତାମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣା ହେବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ:-

ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଶତୃମାନେ ଦୂରେଇଯିବେ। ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଧାର୍ମିକ କାର୍ଯ୍ୟପ୍ରତି  ଆଗ୍ରହୀ ହେବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ଅଶାନ୍ତିର ଝଡ ଶାନ୍ତ ହେବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ମହିଳାମାନେ ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। ପ୍ରତିକାର- ପିତା ମାତାଙ୍କୁ  ପଦସ୍ପର୍ଷ କରି ପ୍ରଣାମ କରନ୍ତୁ।

ତୁଳା:-

ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରାଜନୈତିକ ଜୀବନରେ ଶତୃମାନେ ପରାଜିତ ହେବେ।ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନ ରୋଗର ଉପଶମ ମିଳିବ। ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ।

ମକର:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ପିତାମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର- ଘରୁ ବାହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ସହଯୋଗୀମାନଙ୍କ ଯୋଗୁଁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!