ଦୈନିକ ରାଶିଫଳ: 14 ଡିସେମ୍ବର 2022, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ୧୪ତାରିଖ, ବୁଧବାର, ବିଛାମାସ ୨୯ଦିନ, ପୌଷମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ମଘାନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। ବୈଧୃତିଯୋଗ ପ୍ରାତଃ ୬ଟା ୫୩ମିନିଟ୍ ପରେ ବିଷ୍କୁମ୍ଭ ଯୋଗ। ଗର କରଣ ଦିବା ୧୦ଟା ୩୪ମିନିଟ୍ ପରେ ବାଣିଜ୍ୟ କରଣ। କର୍କଟ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ରାତି ୧୧ଟା ୪୨ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ରାତି ୧୧ଟା ୪୨ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୮ଟା ୫୮ମିନିଟ୍ ରୁ ଦିବା ୧୦ଟା ୧୯ମିନିଟ୍, ଦିବା ୧୧ଟା ୪୧ମିନିଟ୍ ରୁ ଦିବା ୧ଟା ୨ମିନିଟ୍, ରାତ୍ରି ୨ଟା ୫୯ମିନିଟ୍ ରୁ ୪ଟା ୩୮ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୧୭ମିନିଟ୍ ରୁ ୮ଟା ୨୫ମିନିଟ୍, ଦିବା ୧୦ଟା ୩୭ମିନିଟ୍ ରୁ ୧୧ଟା ୪୦ମିନିଟ୍, ଦିବା ୧ଟା ୩୦ମିନିଟ୍ ରୁ ୩ଟା ୩୮ମିନିଟ୍, ସନ୍ଧ୍ୟା ୫ଟା ୫୯ମିନିଟ୍ ରୁ ୬ଟା ୫୦ମିନିଟ୍, ରାତ୍ର ୮ଟା ୩୭ମିନିଟ୍ ରୁ ୨ଟା ୫୮ମିନିଟ୍, ରାତ୍ର ୪ଟା ୩୯ମିନିଟ୍ ରୁ ୬ଟା ୧୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବୃଷ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଆୟବୃଦ୍ଧି, ଋଣମୁକ୍ତିର ସୁଯୋଗ ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ କାରବାର ଓ ବ୍ୟବସାୟରେ ଉନ୍ନତି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସହକର୍ମୀ ଓ ଅଧସ୍ତନ କର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସାଂସାରିକ ଜୀବନ ସୁଖମୟ ହେବ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ଓ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ଦୂର ଯାତ୍ରାରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସାମାଜିକ ସ୍ତରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ବନ୍ଧୁ ମିତ୍ରଙ୍କ ଆଗମନ ଓ ସହଯୋଗରେ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ପାରିବାରିକ ଜୀବନରେ ଶାନ୍ତି ଆସିବା ସହ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯାଇ ଉନ୍ନତି ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ପ୍ରାପ୍ତିହେବ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ନୂତନ କର୍ମ ଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ। ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଟଙ୍କାର ଆବଶ୍ୟକତା ପୂରଣ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନୂତନ ବ୍ୟବସାୟ ଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ସହଜରେ ମିଳିଯିବ ଓ ସୁଝିବା ପାଇଁ ସହଜ ହେବ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!