ଦୈନିକ ରାଶିଫଳ: 14 ଫେବୃୟାରୀ 2021, ସୂର୍ଯ୍ୟଦେବଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀମାସ ୧୪ତାରିଖ, ରବିବାର, କୁମ୍ଭମାସ ୩ ଦିନ, ମାଘମାସ, ଶୁକ୍ଳପକ୍ଷ, ତୃତୀୟାତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର, ଦିବା ୧୦ଟା ୯ମିନିଟ୍ ଗତେ ମୀନ ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର, ଦିବା ୧୦ଟା ୯ମିନିଟ୍ ଗତେ ଧନୁ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୦ମିନିଟ୍ ରୁ ୧୦ଟା ୬ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୧ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୩୩ମିନିଟ୍ ରୁ ରାତ୍ର ୯ଟା ୨ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ୧ଟା ୩୪ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ବୃଷ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଶାରିରୀକ ସୁସ୍ଥତା ଦେଖା ଦେବ । ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧର ସୁଯୋଗ ପାଇବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

ମିଥୁନ:-

କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗିତାପରୀକ୍ଷା, କ୍ରିଡା ଓ ସାକ୍ଷାତ୍କାରରେ ସମ୍ମାନ ପ୍ରତିଷ୍ଠା ଅତୁଟ ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ସୃଷ୍ଟିହୋଇ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ବ୍ୟବସାୟୀମାନେ କାରବାରବୃଦ୍ଧି ଫଳରେ ବିଶେଷ ଲାଭବାନ୍ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, କ୍ରିଡା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଫିକାରଙ୍ଗରବସ୍ତ୍ର ପରିଧାନ କରନ୍ତୁ ।

ସିଂହ:-

ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ସାମାନ୍ୟ ଲାଭବାନ୍ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, କ୍ରିଡା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପରିବାରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଫାଇଦା ପାଇବେ ଓ ଲୋକ ସମ୍ପର୍କରେ ଉନ୍ନତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-

ବ୍ୟବସାୟୀମାନେ ବ୍ୟବସାୟରେ ଅଧିକ ଲାଭବାନ୍ ହୋଇ ଋଣ ପରିଶୋଧ କରିବା ପାଇଁ ଚିନ୍ତା କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପାଠ ପଢ଼ାରେ ମନଯୋଗ ଦେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ଜନହିତକର କାର୍ଯ୍ୟ କରି ପ୍ରଶଂସା ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ତୁଳା:-

ଶାରିରୀକ ସୁସ୍ଥତା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ଓ ନିଜର ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, କ୍ରିଡା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକା ମାନେ ହସଖୁସିରେ ସମୟ ବିତାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ପୁରୁଣା ନିବେଶ ଲାଭ ଦେବା ଫଳରେ ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଧନୁ:-

ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଶାରିରୀକ ସୁସ୍ଥତା ଦେଖା ଦେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ କରିବେ । ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-

ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଉତ୍ତମ ରୋଜଗାର ହେବ । ଆକସ୍ମିକ ଧନ ଲାଭ ହେବ । ଅବିବାହିତ ଯୁବକ-ଯୁବତୀମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, କ୍ରିଡା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-

ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ପରିବାରର ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଆଶାତୀତ ଲାଭମିଳିବ । ମାନସିକବିଷାଦ ଦୂରହେବ, ଦାମ୍ପତ୍ୟକଳହର ଅବସାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ସ୍ୱାସ୍ଥ୍ୟ ହାନୀ ହେବା ସହ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!