ଦୈନିକ ରାଶିଫଳ: 14 ଫେବୃୟାରୀ 2023, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୧୪ତାରିଖ, ମଙ୍ଗଳବାର, କୁମ୍ଭମାସ ୨ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି ଦିବା ୯ଟା ୪ମିନିଟ ପରେ ନବମୀ ତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ଧୃବ ଯୋଗ ଦିବା ୧୨ଟା ୨୫ମିନିଟ୍ ପରେ ବ୍ୟାଘାତ ଯୋଗ। କୌଳବ କରଣ ଦିବା ୯ଟା ୪ମିନିଟ୍ ପରେ ତୈତିଳ କରଣ। ମକର ରାଶିର ଘାତବାର। ନିଷିଦ୍ଧ ଖାଦ୍ୟ- ନଡିଆ, ଆମିଷ ନ ଖାଇଲେ ଭଲ ଦିବା ୯ଟା ୪ମିନିଟ୍ ପରେ ଲାଉ ନ ଖାଇଲେ ଭଲ। ଯୋଗିନୀ- ଐଶାନ୍ୟେ ଦିବା ୯ଟା ୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୭ଟା ୪୫ମିନିଟ୍ ରୁ ୯ଟା ୧୦ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୧ମିନିଟ୍, ସନ୍ଧ୍ୟା ୭ଟା ୧୬ମିନିଟ୍ ରୁ ୮ଟା ୫୧ମିନିଟ୍। ଶୁଭସମୟ- ସକାଳ ୯ଟା ୧୦ମିନିଟ୍ ରୁ ଦିବା ୧୦ଟା ୫୨ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୧ଟା ୨୬ମିନିଟ୍, ଦିବା ୪ଟା ୧୬ମିନିଟ୍ ରୁ ଦିବା ୪ଟା ୫୬ମିନିଟ୍, ସନ୍ଧ୍ୟା ୫ଟା ୪୧ମିନିଟ୍ ରୁ ୬ଟା ୩୨ମିନିଟ୍, ରାତ୍ର ୯ଟା ୩ମିନିଟ୍ ରୁ ରାତ୍ର ୧୧ଟା ୩୫ମିନିଟ୍, ରାତ୍ର ୨ଟା ୬ମିନିଟ୍ ରୁ ୩ଟା ୪୮ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଆଶାତୀତ ଲାଭ ପାଇବେ। ଶରୀର ସୁସ୍ଥ ରହିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ୍ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଗୃହୋପକରଣ କ୍ରୟ କରିବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ଦେଖାଦେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ମାନସିକ ସ୍ଥିତି ସୁଦୃଢ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ନୂତନପନ୍ଥା ଅନୁସରଣ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବାସହ ମାନସିକ ଅଶାନ୍ତି ଦୂର ହେବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପରିବାରର ସଦସ୍ୟଙ୍କ ସହ ସୁସମ୍ପର୍କ ଫଳରେ ସୁସ୍ଥ ବାତାବରଣ ଜାରି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଅଯଥାଧନ ଖର୍ଚ୍ଚହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ ଓ ସ୍ୱାସ୍ଥ୍ୟ ଠିକ୍ ରହିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନ କ୍ଷେତ୍ରରେ ପ୍ରଶଂସା ପାଇବେ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହସ୍ଥ ଜୀବନ ସୁଖମୟ ହେବ। କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!