ଦୂର ଯାତ୍ରାରେ ସଫଳତା ପ୍ରାପ୍ତି। ଆଜି କେମିତି ରହିବ ଆପଣଙ୍କ ଦିନ : ୧୪ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୪ ଜାନୁୟାରୀ ୨୦୧୮

ମେଷ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ମହିଳାମାନେ କଠିନ ପରିଶ୍ରମ କରି ଚଳିବେ ଓ ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମହିଳାମାନେ ହସ ଖୁସିରେ ଚଳିବେ। ଋଣ ଭରଣାରେ କଷ୍ଟ ହେବ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ  ରହିବା ଉଚିତ୍। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

ମିଥୁନ:-

କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ।

କର୍କଟ:-

ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ପ୍ରତିକାର-  ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

 ସିଂହ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ପ୍ରତିକାର- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:-

ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ଓ ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ। 

ତୁଳା:-

ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି। ସ୍ତ୍ରୀଙ୍କର ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ମହିଳାମାନେ ସଙ୍ଘର୍ଷରତ ହେବେ। ପ୍ରତିକାର- ତନ୍ଦୁରୁଟି ଗାଈକୁ ଖାଇବାକୁ ଦେବେ।

ବିଛା:-

ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେବା ଉଚିତ୍। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ସ୍ଥାଇ ରୋଗୀମାନେ ସାବଧାନ ରହିବା ଉଚିତ୍। ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

ଧନୁ:-

ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଅନ୍ୟକୁ ଉପକାର କରି ନିଜେ କ୍ଷତିରେ ପଡିବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର- ସକାଳେ ଧର୍ମସ୍ଥାନକୁ ସଫାକରନ୍ତୁ।

ମକର:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପ୍ରତିକାର- କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

କୁମ୍ଭ:-

ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହ ହେବେ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।

ମୀନ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ଦିଗରୁ ମହିଳାମାନେ ବିଶେଷ ସତର୍କ ରହିବା ଉଚିତ୍। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ପ୍ରତିକାର- ହନୁମାନ ମନ୍ଦିରରେ ବୁନ୍ଦିଲଡୁ ପ୍ରସାଦ କରି ବାଣ୍ଟନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!