ଦୈନିକ ରାଶିଫଳ: ୧୪ ଜାନୁୟାରୀ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ଯା ଆଦିରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପ୍ରତିକାର ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କର୍କଟ:-

ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ପାଇଁ ଚିନ୍ତା କରି ପାରନ୍ତି। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ହରାଇଥିବା ଧନ ପ୍ରାପ୍ତି ହୋଇ ପାରେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ବିଚ୍ଛା:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟିକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପରିବାରରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡି ପାରେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସ୍ଥଗିତ ଥିବା କର୍ମଟି ପୂରଣ ହୋଇପାରେ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। ପରିବାରରେ ଆଦର୍ଶବାଦୀ ହେଲେବି ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!