ଦୈନିକ ରାଶିଫଳ: 14 ଜାନୁୟାରୀ ୨୦୨୧, ଆଜି ମକର ସଙ୍କ୍ରାନ୍ତିରେ ଏହି ରାଶିର ବଦଳିପାରେ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୧୪ତାରିଖ, ଗୁରୁବାର, ମକରମାସ ୧ଦିନ, ପୌଷମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ସକାଳ ୯ଟା ୧ମିନିଟ୍ ଗତେ ଦ୍ଵିତୀୟାତିଥି, ଶ୍ରବଣାନକ୍ଷତ୍ର, ମକରରାଶିରେ ଚନ୍ଦ୍ର । ତୁଳା, କୁମ୍ଭରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ସକାଳ ୯ଟା ୧ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୮ମିନିଟ୍ ରୁ ୭ଟା ୫୪ମିନିଟ୍, ଦିବା ୧୦ଟା ୫୧ମିନିଟ୍ ରୁ ୧ଟା ୧ମିନିଟ୍ । ପର୍ବଦିନ- ମକର ସଂକ୍ରାନ୍ତି, ଉତ୍ତରାୟଣ ବନ୍ଦାପନା, ଶୁଦ୍ଧକାଳ ଆରମ୍ଭ, ଫକୀରମୋହନ ସେନାପତିଙ୍କ ଜୟନ୍ତୀ, ପଞ୍ଚଗ୍ରହକୂଟ ଆରମ୍ଭ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରୀରିକ କଷ୍ଟ ଦୂରେଇ ଯିବ । ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସାମାଜିକ ପ୍ରତିଷ୍ଠା ଆତ୍ମ ବିଶ୍ୱାସ ବଢେଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବେ । ଦାମ୍ପତ୍ୟ କଳହ ମେଣ୍ଟିଯିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-

ସରକାରୀ କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ସହ ପଦୋନ୍ନତି, ମାନସମ୍ମାନ ମିଳିବ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ପ୍ରଚାର ପ୍ରସାର କରି ଆଶାତିତ ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଅଚାନକ ଆର୍ଥିକ ସମସ୍ୟା ଦୂରେଇ ଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ । ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ସାମାଜିକ ପତିଆରା ଅମଳିନ ରହିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-

ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟ ଭଲ ରହିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । କୌଣସି ନୂତନ କର୍ମକରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଜାଗା ଜମି ବାଡ଼ି ନେଇଥିବା ସମସ୍ୟାର ସମାଧାନ କରି ପାରିବେ । ଶିକ୍ଷାକ୍ଷେତ୍ରରେ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଶିକ୍ଷା କ୍ଷେତ୍ରରେ ପ୍ରତିଯୋଗିତାପରୀକ୍ଷାରେ ବିଜୟୀ ହୋଇ ପ୍ରଶଂସା ମିଳିବ । ଅଧୁରା କାର୍ଯ୍ୟ ପୂରଣ ହେବ । ପ୍ରଚୁର ଧନଲାଭ ହେବା ଫଳରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ପ୍ରତିକାର- ଦହିମିଠା ଖାଇଘରୁ ବାହାରନ୍ତୁ ।

ମକର:-

ଶୁଭ କାମ କରି ପ୍ରଶଂସିତ ହେବେ । ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବିଦ୍ୟାରେ ଉନ୍ନତି ଘଟିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହି ଯିବା ଅଧିକ ଉତ୍ତମ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସ୍ୱାସ୍ଥ୍ୟ ଉତ୍ତମ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରୁଣା ରୋଗରୁ ଉପଶମ ପାଇବେ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ଗ୍ରାହାକ ମାନଙ୍କ ସମ୍ପର୍କରେ ଉନ୍ନତି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!