ଦୈନିକ ରାଶିଫଳ: ୧୪ ଜୁଲାଇ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୧୪ ତାରିଖ, ମଙ୍ଗଳବାର, ମିଥୁନ ମାସ ୩୦ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ନବମୀ ତିଥି, ଅଶ୍ଵିନୀ ନକ୍ଷତ୍ର, ଦିବା ୨ଟା ୬ମିନିଟ୍ ଗତେ ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୨୦ମିନିଟ୍ ରୁ ୬ଟା ୫୬ମିନିଟ୍, ସକାଳ ୯ଟା ୪୨ମିନିଟ୍ ରୁ ୧୨ଟା ୧୭ମିନିଟ୍, ଦିବା ୪ଟା ୪୮ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୭ଟା ୭ମିନିଟ୍, ରାତ୍ର ୯ଟା ୯ମିନିଟ୍ ରୁ ୧୦ଟା ୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ସହଯୋଗ, ପ୍ରେରଣା ପାଇ ସମ୍ମାନ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଭଲ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ।  ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ସହ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ଶାରୀରିକ କଷ୍ଟ ଦୂରେଇ ଯିବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ସଫଳତା ପାଇବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ନୂତନପନ୍ଥା ଅନୁସରଣ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ। ଅନାବଶ୍ୟକ ଖର୍ଚ୍ଚ ଯୋଗେ ବ୍ୟଥିତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପରିବାରରେ ପ୍ରୀତିଭାଜନ ହେବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ବିଦ୍ୟାର୍ଥୀମାନେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସୁଖ, ସମ୍ପତ୍ତି ଲାଭ ହେବା ସହ ଉଚ୍ଚଆଶା ସଫଳ ହେବ। ପୁରୁଣା ସମସ୍ୟା ସୁଧୁରିଯିବ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ଶୁଭ ଫଳ ପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଶରୀର ସୁସ୍ଥ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି।  ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପୁରାତନ ରୋଗରୁ ମୁକ୍ତି ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟା କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ବାଦବିବାଦ ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ବିପଦରେ ପଡିବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ସହଯୋଗୀ ମାନେ ସହଯୋଗ କରିବା ଫଳରେ ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ଭଲ ଲାଭ ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।  

କୁମ୍ଭ:-

ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଛାତ୍ର ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଅଧିକ ପରିଶ୍ରମ ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!