ଦୈନିକ ରାଶିଫଳ: 14 ଜୁଲାଇ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୧୪ ତାରିଖ, ବୁଧବାର, ମିଥୁନ ମାସ ୩୦ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ସକାଳ ୮ଟା ୨ମିନିଟ୍ ଗତେ ପଞ୍ଚମୀ ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ, ବିଷ୍ଟି କରଣ, ସକାଳ ୮ଟା ୨ମିନିଟ୍ ଗତେ ବବ କରଣ । କର୍କଟ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ, ସକାଳ ୮ଟା ୨ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈରୁତ କୋଣେ ସକାଳ ୮ଟା ୨ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ସକାଳ ୮ଟା ୩୬ମିନିଟ୍ ରୁ ଦିବା ୧୦ଟା ୧୪ମିନିଟ୍ । ଦିବା ୧୧ଟା ୫୨ମିନିଟ୍ ରୁ ଦିବା ୧ଟା ୩୦ମିନିଟ୍ । ରାତ୍ରି ୨ଟା ୩୬ମିନିଟ୍ ରୁ ରାତି ୩ଟା ୫୮ମିନିଟ୍ । ଶୁଦ୍ଧଶୁଭସମୟ- ସକାଳ ୭ଟା ୫୭ମିନିଟ୍ ରୁ ୮ଟା ୩୫ମିନିଟ୍, ଦିବା ୧୦ଟା ୧୫ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୨ଟା ୪ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୧୦ଟା ୨ମିନିଟ୍, ରାତ୍ର ୧୨ଟା ୧୫ମିନିଟ୍ ରୁ ୧ଟା ୪୦ମିନିଟ୍ ।

ମେଷ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ । ଆୟ ଅପରିବର୍ତ୍ତିତ ରହିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । କୌଣସି ନୂତନ କର୍ମକରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବ୍ୟବସାୟିକ ଗତିବିଧି ଠିକ୍ ରହିବ ଓ ନୂତନକର୍ମ ପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆର୍ଥିକ ସ୍ଥିତି ସୁଧୁରି ଯିବ ଓ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି । କାମ କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ପ୍ରେମୀକ ପ୍ରେମିକାଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ଦେଖା ଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି । ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ଶାରୀରିକ କଷ୍ଟ ଦୂର ହେବା ସହ ମାନସିକ ଶାନ୍ତି ପାଇବେ । କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ଯଶ ପ୍ରତିଷ୍ଠା ମିଳିବ । ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଶତୃଙ୍କ ଯୋଗେ ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବା ଫଳରେ ଆର୍ଥିକ ସ୍ଥିତିରେ ଦୁର୍ବଳ ହୋଇ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ଶତୃମାନେ ଦୂରେଇ ଯିବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-

ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ପ୍ରେମ ପ୍ରସଙ୍ଗରେ ଉନ୍ନତି ହେବା ସହ ମିଲନର ସୁଯୋଗ ମିଳି ପାରେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ଦୁଃଖୀ ଲୋକଙ୍କୁ ସାହାରା ହେବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରେମକ୍ଷେତ୍ରରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନ ଦ୍ରବ୍ୟ କ୍ରୟ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!