ଦୈନିକ ରାଶିଫଳ: ୧୪ ଜୁନ୍ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୧୪ ତାରିଖ, ରବିବାର, ବୃଷ ମାସ ୩୨ ଦିନ, ଆଷାଢମାସ, କୃଷ୍ଣପକ୍ଷ, ନବମୀ ତିଥି, ଉତ୍ତର ଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ। ଶୁଭସମୟ ସକାଳ ୬ଟା ୫୭ମିନିଟ୍ ରୁ ୯ଟା ୩୪ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୪ଟା ୩୮ମିନିଟ୍ ରୁ ୪ଟା ୪୨ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ୭ଟା ୪୮ମିନିଟ୍, ରାତ୍ର ୧୦ଟା ୪୩ମିନିଟ୍ ରୁ ୧୨ଟା ୫୦ମିନିଟ୍। ପର୍ବଦିନ ମାସାନ୍ତ, ପହିଲି ରଜ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗରେ ସ୍ଥିତି ସମ୍ଭାଳି ନେବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବାଧା ଉପୁଜି ପାରେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମକ୍ଷେତ୍ରରେ ପଦୋନ୍ନତି, ନୂତନ ବାହନ, ଧନସମ୍ପଦ, ବସ୍ତ୍ରଭୂଷଣ, ଗୃହଆଦି ଲାଭ, ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ମାନସିକ ଦୁଶ୍ଚିନ୍ତା ଦୂର ହେବା ସହ ବ୍ୟବସାୟରେ କଠିନ ପରିଶ୍ରମ କରି ଆଶାତୀତ ଲାଭ କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ନିଜର ବ୍ୟକ୍ତିତ୍ଵ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ନୂତନ ଗୃହ ନିର୍ମାଣ କରି ପାରିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଆଶାତୀତ ଫଳ ପାଇବା ସହ ଯଶମାନ ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସରକାରୀ କର୍ମକ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତି ଯଶଲାଭ, ଉଚ୍ଚ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ବିବାହ ଓ ମାଙ୍ଗଳିକ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ । ବ୍ୟବସାୟରେ ସୁଯୋଗ ପାଇ ଆର୍ଥିକ ଉନ୍ନତି ହେବା ସହ ଶୁଭ ସମ୍ବାଦ ପ୍ରାପ୍ତି ହେବ। ସନ୍ତାନଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ନିଜ ଲୋକ ମନମୋଟିଆ ହେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିିଁ । ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ଵାରା ସଫଳତା ଅର୍ଜନ କରିବେ। ଆଶା କରିଥିବା ଟଙ୍କା ମିଳିଯିବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । କୃଷିଜୀବିମାନେ କଠିନ ପରିଶ୍ରମ କରି କର୍ମଯୋଗକୁ ଶ୍ରେଷ୍ଠତା କରି   ସନ୍ତୋଷ ହେବେ। ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ । ବନ୍ଧୁ ମିତ୍ର ଓ ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନମନାନ୍ତର ଦେଖାଦେଇ ପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବା ଫଳରେ କର୍ମଜୀବିମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରି  ଆସ୍ୱସ୍ତି ମଧ୍ୟରେ ସମୟ ବିତିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶାରୀରିକ ଅସୁସ୍ଥତା ଦୂର ହେବ । ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ସମ୍ମାନ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାର କଲେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣାରେ ସହଜ ହେବ । ଜାଗା, ଜମି, ଗୃହ, ବାହନ ଓ ଅଚାନକ ଧନ ପାଇବାର ରାସ୍ତା ଖୋଲିଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । କୃଷିଜୀବିମାନେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର । ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ପୁରାତନ ରୋଗର ପ୍ରକୋପ ବୃଦ୍ଧି ପାଇ ପାରେ । ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପାଇବା ଫଳରେ ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟରର ଉନ୍ନତି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ପଢ଼ାପଢ଼ିରେ ମନଦେଇ କଠିନ ପରିଶ୍ରମ କରିବାକୁ ପଡିବ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିଜମା ପାଇଁ ମାଲିମକଦ୍ଦମାର ସମ୍ମୁଖୀନ ହୋଇ ପାରନ୍ତି। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ସହ ଗୃହବାହାନ ପ୍ରାପ୍ତି ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ମାନସିକ ଅଶାନ୍ତି ଦୂର ହେବା ସହ ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ। ଉଚ୍ଚଶିକ୍ଷା କ୍ଷେତ୍ରରେ ଯୋଗଦେଇ ପାରନ୍ତି। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। କୃଷିଜୀବିମାନେ ସୁଖ ଶାନ୍ତିରେ ଦିନ କାଟିବେ । ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ବ୍ୟବସାୟରେ ସଫଳତା ଅର୍ଜନ କରି ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମ ଫଳରେ ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଅଭିଳଷିତ ଜିନିଷ କ୍ରୟ କରି ପାରନ୍ତି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ କ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ଛାତ୍ରଛାତ୍ରୀମାନଙ୍କର ମନରେଥିବା କାମନା ପୂର୍ଣ୍ଣ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!