ଦୈନିକ ରାଶିଫଳ: 14 ଜୁନ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୧୪ ତାରିଖ, ସୋମବାର, ବୃଷମାସ ୩୧ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି, ପୁଷ୍ୟାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ମୂଳା ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୪୩ମିନିଟ୍ ରୁ ୧୦ଟା ୨୬ମିନିଟ୍, ରାତ୍ର ୯ଟା ୧୬ମିନିଟ୍ ରୁ ରାତ୍ର ୧୦ଟା ୨୪ମିନିଟ୍, ରାତ୍ର ୧୧ଟା ୪୮ମିନିଟ୍ ରୁ ୧୨ଟା ୭ମିନିଟ୍, ରାତ୍ର ୧ଟା ୩୬ମିନିଟ୍ ରୁ ୩ଟା ୧ମିନିଟ୍ । ପର୍ବଦିନ-ମାସାନ୍ତ, ପହିଲି ରଜ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଭୃତ୍ୟ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । କୌଣସି ଶୁଭ ସମାଚାର ଶୁଣିବେ ଓ ହସ ଖୁସିରେ ସମୟ ବ୍ୟତୀତ ହେବ । ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । କର୍ମକ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ତମ ରୋଜଗାର କରି ପାରିବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ଉତ୍ତମ ରୋଜଗାର ହେବ । ଆୟବୃଦ୍ଧି ହେବା ଫଳରେ ଶୁଭକାମ କରି ପ୍ରଶଂସିତ ହେବେ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ରାଜନୈତିକ କ୍ଷେତ୍ରରେ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ଯଶ, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ପାରନ୍ତି । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ । ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ସ୍ଥଗିତଥିବା କର୍ମଟି ପୂରଣ କରିବା ପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପରିବାରରେ ମାନ ମନାନ୍ତର ଦୂର ହୋଇ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବା ଫଳରେ ଆର୍ଥିକ ପରିସ୍ଥିତି ଉତ୍ତମ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-

ସାମାଜିକ ପତିଆରା ଅମଳିନ ରହିବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପରିବାର ଜନଙ୍କ ସହିତ ସମୟ ବିତେଇ ପାରିଲେ ନିଜକୁ ସୁରକ୍ଷିତ ଅନୁଭବ କରିବେ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବନ୍ଧୁଙ୍କ ସହ ମାନ ମନାନ୍ତର ଦୂର ହେବ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଦାମ୍ପତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ । ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ଫୋନ ବା ଇଣ୍ଟରନେଟ୍ ରେ ନୂତନ ବନ୍ଧୁଙ୍କ ସହିତ ଯୋଗାଯୋଗ ହେବା ଫଳରେ ମନଖୁସୀ ରହିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବ୍ୟବହାର କୁଶଳତା ଦ୍ଵାରା ନିଜର ଶତୃଙ୍କୁ ମଧ୍ୟ ମିତ୍ର କରିପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ, ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ନୂଆ ଜ୍ଞାନର ବୃଦ୍ଧି ହେବ । ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ । ବୁଦ୍ଧିମତା ଯୋଗେ ସାଂସାରିକ ମହତ୍ଵ କାମ ତୁଲେଇ ପାରିବେ । ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-

ଶତୃମାନେ ମଥାନତ କରିବେ । ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବା ସହ ବୁଦ୍ଧିଜୀବି ମାନଙ୍କ ସାନ୍ନିଧ୍ୟରେ ଆସିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!