ଦୈନିକ ରାଶିଫଳ: 14 ଜୁନ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୧୪ତାରିଖ, ମଙ୍ଗଳବାର, ବୃଷମାସ ୩୧ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ଜ୍ୟେଷ୍ଠାନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ ସକାଳ ୯ଟା ୩୯ମିନିଟ୍ ପରେ ଶୁଭ ଯୋଗ । ବିଷ୍ଟି କରଣ ସକାଳ ୭ଟା ୧୪ମିନିଟ୍ ପରେ ବବ କରଣ । ମକର ରାଶିର ଘାତବାର । ସନ୍ଧ୍ୟା ୬ଟା ୩୨ମିନିଟ୍ ପରେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୨୧ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ସନ୍ଧ୍ୟା ୫ଟା ୨୧ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପୂର୍ଣ୍ଣିମାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୬ଟା ରୁ ୫୦ମିନିଟ୍ ରୁ ଦିବା ୮ଟା ୨୯ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ଦିବା ୩ଟା ୪ମିନିଟ୍, ରାତ୍ରି ୭ଟା ୪୩ମିନିଟ୍ ରୁ ୯ଟା ୪ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୨ମିନିଟ୍ ରୁ ୬ଟା ୪୯ମିନିଟ୍, ଦିବା ୯ଟା ୩୬ମିନିଟ୍ ରୁ ଦିବା ୧୨ଟା ୧୨ମିନିଟ୍, ଦିବା ୪ଟା ୪୪ମିନିଟ୍ ରୁ ୫ଟା ୨୮ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ୭ଟା ୪ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ୯ଟା ୫୭ମିନିଟ୍, ରାତ୍ର ୧୨ଟା ୯ମିନିଟ୍ ରୁ ରାତ୍ର ୨ଟା ୧୭ମିନିଟ୍ । ପର୍ବଦିନ- ମାସାନ୍ତ, ପହିଲିରଜ, ଦେବସ୍ନାନ ପୂର୍ଣ୍ଣିମା, ଅଣସର ଆରମ୍ଭ, ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ଶ୍ରାଦ୍ଧ, ମଙ୍ଗଳପୂର୍ଣ୍ଣିମା ବ୍ରତ ।

ମେଷ:-ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ଦେଖା ଦେବା ସହ ଦାମ୍ପତ୍ୟ ସୁଖରେ ଖୁସି ହେବେ । କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି କରିବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ମନ ଉତ୍ତେଜିତ ରହିବା ଫଳରେ ଅଶାନ୍ତି ଅସନ୍ତୋଷ ସୃଷ୍ଟି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସରକାରୀ କର୍ମଚାରୀ ମାନେ ପ୍ରତିଷ୍ଠାର ଅଧିକାରୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବାସହ ଅର୍ଥଲାଭର ଯୋଗ ରହିଛି । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମାଲିମୋକଦ୍ଦମାରେ ଉତ୍ସାହ ବୃଦ୍ଧି ହେବ । ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚା ରହିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ସରକାରୀ ସାହାଯ୍ୟ ମିଳିପାରେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିପାରେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ମାଲିମୋକଦ୍ଦମାରେ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର ଯୋଗେ ଲାଭ ପାଇବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଭୋଗବିଳାସରେ ସାମିଲ ହେବାକୁ ସୁଯୋଗ ସୃଷ୍ଟି କରି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।

ଧନୁ:-ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଚାକିରୀ ଜୀବିମାନଙ୍କର ପରିବର୍ତ୍ତନର ଝଲକ ଦୃଶ୍ୟହେବ । ଆୟର ସ୍ରୋତ ମନ୍ଥର ହେବ । ବ୍ୟବସାୟ କ୍ଷେତ୍ରରେ କିଛି କୁହୁଳା ଅଶାନ୍ତି ସୃଷ୍ଟି ହୋଇପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ଶିକ୍ଷାର୍ଥୀ ମାନଙ୍କର ଉଚ୍ଚଆଶା ସଫଳ ହେବ । ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ରାଜନୀତି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର-ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ପାରିବାରିକ ସ୍ତରରେ ସ୍ୱାର୍ଥ ପ୍ରବୃତ୍ତିର ଅଧିନ ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ । ଅନେକ କ୍ଷେତ୍ରରେ ସ୍ୱାଭିମାନ ରକ୍ଷାହେବ । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!