ସାପ୍ତାହିକ ରାଶିଫଳ: ଜୁନ 14 ତାରିଖ ରୁ ଜୁନ 20 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ । ବ୍ୟବସାୟରେ ଆର୍ଥୀକ କ୍ଷେତ୍ରରେ ଆଶାତୀତ ଉନ୍ନତି ହୋଇପାରେ । ଆକସ୍ମିକ ଧନଲାଭ ହେବା ସହ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶତୃମାନେ ଦୂରେଇ ଯିବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଅନେକ ସମସ୍ୟାର ସମାଧାନ ହୋଇ ମାନସିକ ଶାନ୍ତି ମିଳିବ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଲୋକଙ୍କ ସମ୍ପର୍କରେ ରହିବାପାଇଁ ଟେଲିଫୋନ୍ ଓ ଇଣ୍ଟରନେଟ୍ ରେ ଯୋଗାଯୋଗ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ନୂତନବନ୍ଧୁଙ୍କ ଆଗମନ ହେବା ଫଳରେ ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ଛୋଟ ଛୋଟ କାମକୁ ବୁଝି ବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ବ୍ୟବସାୟରେ ଉତ୍ତମ ରୋଜଗାର କରି ପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉପରିସ୍ଥଙ୍କୁ ଆପଣାର କରି କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପରିବାର ଜନଙ୍କ କୃପାଭାଜନ ହେବେ । ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି ହୋଇ ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ସମ୍ପତି କ୍ରୟ କରି ପାରନ୍ତି । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରିପାରିବେ । ରାଜନୀତିରେ ଫାଇଦା ଉଠାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇ ଉଚ୍ଚ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ହାତକୁ ନେବେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବାଫଳରେ ମାନସିକ ଦୁଶ୍ଚିନ୍ତା ଦୂରହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହୋଇପାରେ । ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମସନ୍ଧିତ୍ସୁ ମାନେ ବିଳମ୍ବରେ କର୍ମ ନିଯୁକ୍ତି ପାଇବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ଶୁଭ ଫଳ ପାଇବେ । ଦାମ୍ପତ୍ୟସୁଖରେ ବୃଦ୍ଧିହେବା ସହ ପରିବାରରେ ଶାନ୍ତି ବିରାଜମାନ କରିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବା ଫଳରେ ବିଶେଷ ଲାଭ ପ୍ରାପ୍ତି ହେବ । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ରାଜନୀତିରେ ସଫଳତା ମିଳିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭକାମ କରି ପ୍ରଶଂସିତ ହେବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଶାରୀରିକ କଷ୍ଟ ଦୂର ହୋଇ ମନରେଥିବା କାମନା ପୂର୍ଣ୍ଣ ହେବ । ବନ୍ଧୁ ମିତ୍ରଙ୍କ ସହିତ ସମୟ ବିତେଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଆର୍ଥିକସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!