ଦୈନିକ ରାଶିଫଳ: 14 ମାର୍ଚ୍ଚ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ସମସ୍ତ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୧୪ତାରିଖ, ରବିବାର, ମୀନମାସ ୧ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୬ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧ମିନିଟ୍ ରୁ ୯ଟା ୫୬ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୧ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୪୧ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୨ଟା ୨୦ମିନିଟ୍ ରୁ ୧ଟା ୨୫ମିନିଟ୍ । ପର୍ବଦିନ- ମୀନ ସଂକ୍ରାନ୍ତି, ଦ୍ଵିତୀୟା ଚନ୍ଦ୍ର ଦର୍ଶନ, ପୂଜା ଓ ଅର୍ଘ୍ୟଦାନ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ । ଧାନ, ଗହମ, ବାଜରା, ମକା, ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ନିଜ ଲୋକମାନେ ପରଭଳି ବ୍ୟବହାର କରିବେ । ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହ ନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ । ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ ଓ ଭୂମିଲାଭ ଯୋଗ ମଧ୍ୟ ଘଟିବ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଭାତୃ ବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

କର୍କଟ:-

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରି ଲାଭ ପାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଶିଳ୍ପ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କେତେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଅଧିକାରୀଙ୍କଠାରୁ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ଆକସ୍ମିକ ଅର୍ଥ ଲାଭହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି ଯୋଗେ ଋଣରୁ ମୁକ୍ତି ମିଳିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତିରେ ଶତ୍ରୁବାଧା ଦୂରେଇ ଯାଇ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ଧନୁ:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପନିପରିବା ଫସଲ ଆମଦାନୀରେ ଖୁସି ରହିବେ । ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବ ଓ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମକର:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ମିଳିବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । କାର୍ଯ୍ୟ ପୁରଣ ହୋଇ ସମୟ ହସ ଖୁସିରେ ବିତିବ । ବ୍ୟବସାୟୀକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ସହ ଉନ୍ନତି ହେବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବକେୟା ଅର୍ଥ କିଛି ମିଳିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସଫଳତା ଅର୍ଜନ କରି ଭଲଲାଭ ପାଇବେ । ଦୂରଯାତ୍ରାର ସୁଯୋଗ ପାଇ ଅର୍ଥଲାଭର ମାର୍ଗ ଖୋଲିଯିବ ଓ ଶୁଭ ସମାଚାର ମିଳିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!