ଦୈନିକ ରାଶିଫଳ: ୧୪ ମଇ ୨୦୨୦, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୧୪ତାରିଖ, ଗୁରୁବାର, ବୃଷମାସ ୧ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ପ୍ରାତଃ ୬ଟା ୫୨ ମିନିଟ୍ ପରେ ଅଷ୍ଟମୀତିଥି, ଶ୍ରବଣାନକ୍ଷତ୍ର, ପ୍ରାତଃ ୬ଟା ୨୩ ମିନିଟ୍ ପରେ ଧନିଷ୍ଠାନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ସିଂହରାଶିର ଘାତଚନ୍ଦ୍ର। ନଡିଆ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୬ମିନିଟ୍ ରୁ ୬ଟା ୬ମିନିଟ୍, ଦିବା ୯ଟା ୩୪ମିନିଟ୍ ରୁ ୧୧ଟା ୧୭ମିନିଟ୍ ସଧ୍ୟା ୬ଟା ୫୬ମିନିଟ୍ ରୁ ରାତ୍ର ୯ଟା ୮ମିନିଟ୍।। ପର୍ବଦିନଆଜି ବୃଷ ସଂକ୍ରାନ୍ତି

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ। ଆୟ ଉପାର୍ଜନ ବୃଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ବିଦ୍ୟାରେ ଉନ୍ନତି ହେବା ସହ ଶୁଭ ସମାଚାର ମିଳିପାରେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପରିବାର ଜନଙ୍କ ସହିତ ସମୟ ବିତେଇ ପାରିଲେ ନିଜକୁ ସୁରକ୍ଷିତ ଅନୁଭବ କରିବେ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କର୍ମ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ଆତ୍ମୀୟଙ୍କ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରି ଯାଇ ସୁଖ, ସମ୍ପତ୍ତି ଲାଭ ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବିଦ୍ୟା କ୍ଷେତ୍ରରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବନ୍ଧୁଙ୍କ ସହ ମାନ ମନାନ୍ତର ଦୂର ହେବ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଦାମ୍ପତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ।  ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାରଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ସରକାରୀ କ୍ଷେତ୍ରରେ ଉନ୍ନତିହେବ। ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବ୍ୟବସାୟରେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶାରୀରିକ କଷ୍ଟ ଦୂର ହେବ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ। ଛାତ୍ରଛାତ୍ରୀମାନଙ୍କର ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ଫୋନ ବା ଇଣ୍ଟରନେଟ୍ ରେ ନୂତନ ବନ୍ଧୁଙ୍କ ସହିତ ଯୋଗାଯୋଗ ହେବା ଫଳରେ ମନଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ବିରୋଧିମାନେ ଦୂରେଇ ଯିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଉଚ୍ଚଆଶା ସଫଳ ହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!