ଦୈନିକ ରାଶିଫଳ: 14 ମଇ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୧୪ ତାରିଖ, ଶୁକ୍ରବାର, ମେଷମାସ ୩୧ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ମଳଦ୍ଵିତୀୟାତିଥି, ପ୍ରାତଃ ୫ଟା ୩୯ ମିନିଟ୍ ଗତେ ତୃତୀୟା ତିଥି, ରୋହିଣୀ ନକ୍ଷତ୍ର, ପ୍ରାତଃ ୫ଟା ୪୫ ମିନିଟ୍ ଗତେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୬ମିନିଟ୍ ରୁ ୬ଟା ୫ମିନିଟ୍, ସକାଳ ୬ଟା ୫୯ମିନିଟ୍ ରୁ ୮ଟା ୨୮ମିନିଟ୍, ଦିବା ୧୨ଟା ୯ମିନିଟ୍ ରୁ ୨ଟା ୪୩ମିନିଟ୍, ଦିବା ୪ଟା ୨୮ମିନିଟ୍ ରୁ ୬ଟା ୧୦ମିନିଟ୍, ସନ୍ଧ୍ୟା ୭ଟା ୪୦ମିନିଟ୍ ରୁ ରାତ୍ର ୮ଟା ୫୬ମିନିଟ୍ । ପର୍ବଦିନ-ମାସାନ୍ତ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ହେବ । ରାଜନୀତି କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶାଜନକ ଫଳପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ । ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ । ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତହେବେ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ରାଜନୀତି କ୍ଷେତ୍ରରେ ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ମିତ୍ରଙ୍କ ସହିତ ସମୟ ବିତେଇବେ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ ଓ ମନରେଥିବା କାମନା ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବା ସହ ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଜୀବନ ସାଥିଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକସ୍ଥିତିରେ ସୁଧାର ଆସିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ । ନୂତନ ବସ୍ତୁ କ୍ରୟ କରିବେ । ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଆର୍ଥିକସ୍ଥିତିକୁ ସୁଧାରିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ଉଚିତ ପନ୍ଥା ଗ୍ରହଣ କରି କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କର୍ମକ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ବ୍ୟବସାୟରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!