୨୦୨୨ ମସିହା, ମଇମାସ ୧୪ତାରିଖ, ଶନିବାର, ମେଷମାସ ୩୧ଦିନ, ବୈଶାଖମାସ ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ଚିତ୍ରାନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର ସକାଳ ୬ଟା ୧୨ମିନିଟ୍ ପରେ ତୁଳା ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ଦିବା ୧୨ଟା ୫୮ମିନିଟ୍ ପରେ ବ୍ୟତିପାତ ଯୋଗ । ତୈତିଳ କରଣ ଦିବା ୩ଟା ୨୩ମିନିଟ୍ ପରେ ଗର କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ସକାଳ ୬ଟା ୧୨ମିନିଟ୍ ପର୍ଯ୍ୟନ୍ତ ବୃଷରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ଦିବା ୩ଟା ୨୩ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ।
ଯୋଗିନୀ- ଦକ୍ଷିଣେ ଦିବା ୩ଟା ୨୩ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଚତୁର୍ଦ୍ଦଶୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୧୫ମିନିଟ୍ ରୁ ୬ଟା ୫୨ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ଦିବା ୨ଟା ୫୭ମିନିଟ୍, ଦିବା ୪ଟା ୩୪ମିନିଟ୍ ରୁ ସନ୍ଧ୍ୟା ୬ଟା ୧୧ମିନିଟ୍ । ଶୁଭସମୟ- ଦିବା ୧୦ଟା ୭ମିନିଟ୍ ରୁ ୧୨ଟା ୫୯ମିନିଟ୍, ରାତ୍ର ୮ଟା ୨୪ମିନିଟ୍ ରୁ ୧୦ଟା ୩୫ମିନିଟ୍, ରାତ୍ର ୧୨ଟା ୬ମିନିଟ୍ ରୁ ୧ଟା ୩୨ମିନିଟ୍, ରାତ୍ର ୨ଟା ୧୮ମିନିଟ୍ ରୁ ରାତ୍ର ୩ଟା ୪୫ମିନିଟ୍ । ପର୍ବଦିନ- ସ୍ମାର୍ତ୍ତ ସମ୍ମତ ନୃସିଂହ ଚତୁର୍ଦ୍ଦଶୀ, ନୃସିଂହ ଜନ୍ମ, ମାସାନ୍ତ ।
ମେଷ:-୭ସ୍ୱାସ୍ଥ୍ୟ ଭଲ ରହିବ । ନୂତନ ବସ୍ତୁ କ୍ରୟ କରିପାରିବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବାସହ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଆୟ ଉପାର୍ଜନ ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଧର୍ମକାର୍ଯ୍ୟରେ ମତି ରହିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ବୃଷ:-ସାମାଜିକ ପତିଆରା ଅମଳିନ ରହିବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଚିତ୍ତପ୍ରସନ୍ନ ରହିବ । ପାରିବାରିକ ଜୀବନ ସୁଖରେ କାଟିବେ ଓ କାର୍ଯ୍ୟ ସିଦ୍ଧି ହେବ । ବକେୟା ଅର୍ଥ କିଛି ମିଳିବ । ଆୟ ଉପାର୍ଜ୍ଜନର ବୃଦ୍ଧି ହେବାସହ ଋଣରୁ ମୁକ୍ତି ମିଳିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ନୂଆ କାମ କିଛି ଆରମ୍ଭ କରିଲେ ଲାଭବାନ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
କର୍କଟ:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ତୀର୍ଥାଟନ ଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ଶତୃମାନେ ମିତ୍ରଭାବ ଆଚରଣ କରିବେ । ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିର ସୂଚନା ପାଇ ମନ ଆନନ୍ଦ ହେବ । ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବା ସହ ବ୍ୟବସାୟିକ ସଫଳତା ମିଳିବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସ୍ୱାସ୍ଥ୍ୟରେଉନ୍ନତି, ଆର୍ଥିକଦିଗରୁ ସୁବିଧା ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବିଚ୍ଛା:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । କର୍ମକ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-ଆୟ ଉପାର୍ଜନ ବୃଦ୍ଧି ହେବ । ରାଜନୀତିରେ ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମକର:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଆୟରସ୍ରୋତ ବୃଦ୍ଧିହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ମିଳିବ । କର୍ମକ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।
କୁମ୍ଭ:- ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।