ଦୈନିକ ରାଶିଫଳ: ୧୪ ନଭେମ୍ବର ୨୦୧୮। ଶ୍ରୀ ଗଣେଶଙ୍କ କୃପା ରହିବ ଏହି ୫ଟି ରାଶି ଉପରେ…

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୪ ନଭେମ୍ବର ୨୦୧୮। ଶ୍ରୀ ଗଣେଶଙ୍କ କୃପା ରହିବ ଏହି ୫ଟି ରାଶି ଉପରେ…

ମେଷ:-

ନିକଟସ୍ଥ ସ୍ଥାନମାନଙ୍କରେ  ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ। ଅଫିସରେ ଟେନସନ ଦୂର ବେବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମରେ ଶୁଭସୂଚନା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ମହିଳାମାନେ ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର-ପିତାମାତାଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

<<Vastu>>> | <<< Jataka Bichara >>> 

କର୍କଟ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-

ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପରିବାର ଭିତରେ ଜଗିରଖି ନଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କନ୍ୟା:-

ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ ଓ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ତୁଳା:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ପରୀକ୍ଷା, ପ୍ରତି ଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ଦୂର ଯାତ୍ରାରେ ସଫଳତା ମିଳିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପ୍ରତିକାର-ପିତାମାତାଙ୍କୁ ପ୍ରଣାମ କରନ୍ତୁ।

ବିଛା:-

ଶୁଭକାମ କରି ପ୍ରଶଂସିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ହାତକୁ ନେଇଥିବା କାର୍ଯ୍ୟପାଇଁ ଆଜି କଠିନ ପରିଶ୍ରମ କରିବାକୁ ପଡିବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପାରିବାରିକ ସମସ୍ୟା ସୁଧାରୀ ନେଇ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ।

ଧନୁ:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି  ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆର୍ଥିକ ପାରିବାରିକ ଏବଂ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ମହିଳାମାନେ କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମକର:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମାଲିମୋକଦ୍ଦମାରେ ସଫଳ ହେବେ। ଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ବ୍ୟବସାୟରେ ଆର୍ଥିକ ଦିଗରୁ ଉନ୍ନତି ହେବା ସହ କର୍ମକ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

କୁମ୍ଭ:-

କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ଗୁଡ କିଛି ମନ୍ଦିରରେ ଦାନ କରନ୍ତୁ।

ମୀନ:-

ଆନୁଷ୍ଠାନିକ କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବିଦେଶ ଯାତ୍ରାରେ ସଫଳ ହେବେ। ନିଜଲୋକ ଶତ୍ରୁତା ଆଚରଣ କରିବା ଯୋଗେ ମନରେ କ୍ଷୋଭ ହତାଶାଭାବ ବୃଦ୍ଧି ହେବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!