ଦୈନିକ ରାଶିଫଳ: 14 ନଭେମ୍ବର ୨୦୨୦, ମା କାଳୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବରମାସ ୧୪ତାରିଖ, ଶନିବାର, ତୁଳାମାସ ୨୯ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ସ୍ଵାତୀନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୨ଟା ୧୮ମିନିଟ୍ ପରେ ଆମିଷ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୭ଟା ୨୮ମିନିଟ୍ ରୁ ୮ଟା ୪୩ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ୧୨ଟା ୫୩ମିନିଟ୍, ଦିବା ୨ଟା ୧୮ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୩ଟା ୪୦ମିନିଟ୍। ପର୍ବଦିନ- ନରକ ଚତୁର୍ଦ୍ଦଶୀ, ଯମତର୍ପଣ, କାଳୀପୂଜା, ଦୀପାବଳୀ ଅମାବାସ୍ୟା, ପୟାଶ୍ରାଦ୍ଧ, ନଷ୍ଟ ଚନ୍ଦ୍ରୋପବାସ ଓ ନିଶା ପାଳନ, ଶିଶୁ ଦିବସ, ଜବାହାରଲାଲ ନେହେରୁ ଜୟନ୍ତୀ।

ମେଷ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବୃଦ୍ଧି ହେବ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ଅଫିସରେ ଲାଗିରହିଥିବା ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆୟ ଅପରିବର୍ତ୍ତିତ ରହିବ। ଶ୍ୱଶୁର ଘର ପକ୍ଷରୁ ସମର୍ଥନ ପାଇବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ଜାଗା ଜମିପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପାଇ ପାରିବେ। ପାରିବାରିକ ସ୍ଥିତି ସୁଧିରିଯିବା ଫଳରେ ଆର୍ଥିକ ଉନ୍ନତି ଦେଖାଦେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବ ଓ ପାରିବାରିକ ସୁଖ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ସମ୍ମାନ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ବିଚ୍ଛା:-

ଶାରିରୀକ ଅସୁସ୍ଥତା ଦୂରହେବ। ସାମାଜିକ କାର୍ଯ୍ୟ ହେତୁ ଯାତ୍ରା କରିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କିନ୍ତୁ ପରିବାରରେ ଆର୍ଥିକ ଅସୁବିଧା ଦେଖାଦେଇ ପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ଆୟରସ୍ରୋତ ଖୋଲିଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବରିଷ୍ଠ କର୍ମୀ ଓ ବନ୍ଧୁ ମିତ୍ରମାନଙ୍କର ପ୍ରିୟପାତ୍ର ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ରଛାତ୍ରୀମାନଙ୍କର ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସ୍ଥଗିତଥିବା କାର୍ଯ୍ୟ ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସାର୍ବଜନୀନ ସମ୍ପର୍କରେ ନିଜର ପ୍ରତିଭା ବିକଶିତ ହେବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ସମାରୋହରେ ସମ୍ମିଳିତ ହେବାକୁ ପଡି ପାରେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଟଙ୍କାର ଆବଶ୍ୟକତା ପୂରଣ ହୋଇପାରେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସହକର୍ମୀଙ୍କଠାରୁ ପୂର୍ଣ୍ଣ ସମର୍ଥନ ପାଇବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ଆଗ୍ରହ ବଢ଼ିବ। ଜୀବନ ସାଥିଙ୍କଠାରୁ ସହଯୋଗ ପାଇବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!