ଦୈନିକ ରାଶିଫଳ: 14 ଅକ୍ଟୋବର 2022, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୧୪ତାରିଖ, ଶୁକ୍ରବାର, କନ୍ୟାମାସ ୨୮ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ପଞ୍ଚମୀତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ ଦିବା ୧ଟା ୫୬ମିନିଟ୍ ପରେ ବରୀୟାନ ଯୋଗ । କୌଳବ କରଣ ଦିବା ୩ଟା ୫୬ମିନିଟ୍ ପରେ ତୈତିଳ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ ନିଶାନ୍ତ ୪ଟା ୫୨ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ନିଶାନ୍ତ ୪ଟା ୫୨ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୮ମିନିଟ୍ ରୁ ୧୧ଟା ୩୨ମିନିଟ୍, ରାତ୍ରି ୮ଟା ୨୬ମିନିଟ୍ ରୁ ୯ଟା ୫୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୫ମିନିଟ୍ ରୁ ୬ଟା ୨୯ମିନିଟ୍, ସକାଳ ୭ଟା ୧୮ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୧ଟା ୫୬ମିନିଟ୍ ରୁ ୩ଟା, ଦିବା ୩ଟା ୪୮ମିନିଟ୍ ରୁ ୫ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୧୧ମିନିଟ୍ ରୁ ୮ଟା ୨୫ମିନିଟ୍, ରାତ୍ର ୧୧ଟା ୫୮ମିନିଟ୍ ରୁ ୧ଟା ୩୫ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ୪ଟା ୪ମିନିଟ୍ ।

ମେଷ:-ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ଓ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରିୟଜନମାନେ ନିକଟତର ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଅନୁଭବ କରିବାସହ ଅର୍ଥସଞ୍ଚୟ କରିବାରେ ବହୁତ ଯତ୍ନବାନ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ନୂତନକର୍ମ ନିଯୁକ୍ତିରେ ସଫଳ ହେବା ସହ ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତୃ ମାନେ ଦୂରେଇ ଯିବେ । ଓକିଲାତି ଓ ପରିଚାଳନା ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ପରିବାର ସମ୍ବନ୍ଧିତ ଶୁଭ ସମାଚାର ଶୁଣିବେ । ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ବ୍ୟବସାୟରେ ଆଶାତୀତ ଲାଭ କରିବେ । ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ବିଦ୍ୟାର୍ଥୀଙ୍କର ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବାରୁ ମନ ଖୁସି ରହିବ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଛାତ୍ର ଛାତ୍ରୀମାନଙ୍କର ପଢ଼ାପଢିରେ ମନ ଲାଗିବା ହେତୁ ସଠିକ୍‌ ଉତ୍ତର ଲେଖିପାରିବେ । ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ । ଆଇନ୍ କାନୁନ୍ ସମ୍ବନ୍ଧୀୟ ବୃତ୍ତିରେ ଭଲ ସଫଳତା ପାଇବାର ସମ୍ଭାବନା ଅଛି । ବ୍ୟକ୍ତିଗତ ସମ୍ପର୍କ ବଜାୟ ରଖିବା ପାଇଁ ଆପଣଙ୍କୁ ନତମସ୍ତକ ହେବାକୁ ପଡିପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶାରୀରିକ ଏବଂ ମାନସିକ ସ୍ତରରେ ବହୁତ ସକ୍ରିୟ ହୋଇ ଆୟର ନୂତନ ଉତ୍ସ ବିକାଶ ହୋଇପାରେ । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତିଭା ବିକଶିତ ହେବା ଫଳରେ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରର ଅଗ୍ରଗତି ବିଷୟରେ ଉତ୍ସାହିତ ହେବେ । ପ୍ରଭାବଶାଳୀ ବ୍ୟକ୍ତିତ୍ୱ ସମସ୍ତଙ୍କ ପାଇଁ ଏକ ଉଦାହରଣ ଭାବରେ ଉଭା ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:- ସମ୍ପର୍କୀୟ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହେବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ପ୍ରେମ ସମ୍ପର୍କରେ ଟେନସନକୁ ଏଡାଇବା ପାଇଁ, ନିଜ ମଧ୍ୟରେ ଭଲ ଯୋଗାଯୋଗ ରଖନ୍ତୁ । ରାଜନୀତି ସହିତ ଜଡିତ ଲୋକମାନେ ସାବଧାନ ହେବା ଉଚିତ୍ କିଛି ଲୋକ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ ଆଣିପାରନ୍ତି । ପରିବାରର ପରିବେଶ ଆରାମଦାୟକ ହେବ । ବିଜ୍ଞାନ ପ୍ରତି ଆଗ୍ରହ ବୃଦ୍ଧି ପାଇବାସହ କେତେକ ଲୋକଙ୍କୁ ଜାଣିପାରିବେ ଯେଉଁମାନେ ଆପଣଙ୍କ ପାଇଁ ସହାୟକ ହେବେ । ସ୍ୱାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ଯୋଗ୍ୟତା ଦକ୍ଷତା ଓ ପାରଦର୍ଶିତା ଯୋଗେ ପ୍ରତିଦ୍ୱନ୍ଦ୍ୱୀ ମାନଙ୍କ ଉପରେ ବିଜୟୀ ହେବେ । ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!