ଦୈନିକ ରାଶିଫଳ: ୧୪ ଅକ୍ଟୋବର ୨୦୧୮। ଆଜି ସୂର୍ଯ୍ୟଦେବଙ୍କ କୃପାରୁ ଏହି ୪ଟି ରାଶିର ଭାଗ୍ୟ ବଦଳିବ।
ମେଷ:-
ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ପ୍ରଶଂସା ପାଇବେ। ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠାନ ବା କରିଥିବା ଯୋଜନା ସାଫଲ୍ୟଦାୟକ ହେବ। ରାଜନୀତି କ୍ଷେତ୍ରରେ ସଫଳ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। କେତେକ କାର୍ଯ୍ୟ ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ସାଧାରଣ ଦିନଚର୍ଯ୍ୟ।ରେ ଅତୁଟ ରହିଲେମଧ୍ୟ ଉଦରପୀଡା ଓ ଚକ୍ଷୁପୀଡାରେ ପ୍ରଭାବିତ ରହିବେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-
ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଅଧିକ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ମହିଳାମାନେ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
ମିଥୁନ:-
ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
<<Vastu>>> | <<< Jataka Bichara >>>
କର୍କଟ:-
ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପ୍ରତିଯୋଗିତା ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇ ଦୀର୍ଘଦିନର ଆଶା ପୂରଣ ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ ଓ ଉଚ୍ଚପଦବୀରେ ଅଧିଷ୍ଠିତ ହେବେ। ପରହାତରେ ଥିବା ଧନ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। କାରବାରରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।
ସିଂହ:-
ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସାଂସାରିକ ଜୀବନ ସୁଖମୟ ହେବ। ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
କନ୍ୟା:-
ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ନିଜର କର୍ମକୁ ଅଧିକ ଗୁରୁତ୍ଵ ଦେଇ ରାଜନୀତି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ତୁଳା:-
ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଶାରିରୀକ ଅସୁସ୍ଥତା ଦୂରହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।
ବିଛା:-
ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।
ଧନୁ:-
ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ପାଇବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।
ମକର:-
ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଅସ୍ଵାସ୍ଥ୍ୟକର ପରିବେଶ ଓ ଅସମ୍ମାନଜନକ ଘଟଣା ଘଟି ପାରେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖା ଦେବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।
କୁମ୍ଭ:-
ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଷ୍ଠା ଖ୍ୟାତି ପାଇବେ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-
ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ ଓ ହରାଇଥିବା ଧନ ପ୍ରାପ୍ତି ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆଶା କରୁଥିବା ଘଟଣା ଘଟିବା ଫଳରେ ଆଦର୍ଶବାଦୀ ହେବେ। ପରିବାରରେ ମନୋମାଳିନ୍ୟ ଥିଲେ ଚେଷ୍ଟାକଲେ ମେଣ୍ଟିଯିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198