ଦୈନିକ ରାଶିଫଳ: ୧୪ ଅକ୍ଟୋବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସାମାଜିକ ଓ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ଦେଖାଦେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରି ପାରିବେ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। କିଛି ନୂତନ କର୍ମ ଆରମ୍ଭ କରିବା ପାଇଁ ସମ୍ପର୍କୀୟଙ୍କ ସହ ଆଲୋଚନା କରି ପ୍ରଶଂସା ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। ଘର ପରିବାରକୁ ପ୍ରାଥମିକତା ଦେବା ଫଳରେ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ।

ମିଥୁନ:-

କୌଣସି ସାମୁହିକ କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ଆଚାର ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବିଦ୍ୟାକ୍ଷେତ୍ରରେ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ପରିବାର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଯୋଗେ ମାନସିକ ଶାନ୍ତି ପାଇବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:-

ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ହେବେ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।   

ବିଚ୍ଛା:-

ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଶୁଭକାମ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପଢାପଢିରେ ମାନସିକ ଶାନ୍ତି ମିଳିବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ। ଦୁଃଖୀ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ। କୌଣସି କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!