ଦୈନିକ ରାଶିଫଳ: 14 ଅକ୍ଟୋବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୧୪ ତାରିଖ, ବୁଧବାର, କନ୍ୟା ମାସ ୨୯ ଦିନ, ମଳ ଆଶ୍ଵିନମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ, ଦିବା ୧୧ଟା ୫୧ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୫ମିନିଟ୍ ରୁ ୮ଟା ୨ମିନିଟ୍, ଦିବା ୧୦ଟା ୨୩ମିନିଟ୍ ରୁ ୧୧ଟା ୩୧ମିନିଟ୍, ଦିବା ୧ଟା ୨୯ମିନିଟ୍ ରୁ ୩ଟା ୪୬ମିନିଟ୍, ସନ୍ଧ୍ୟା ୬ଟା ୧୦ମିନିଟ୍ ରୁ ୬ଟା ୫୮ମିନିଟ୍, ରାତ୍ର ୮ଟା ୩୯ମିନିଟ୍ ରୁ ୨ଟା ୩୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସନ୍ତାନ ମାନଙ୍କର ଉନ୍ନତି ହେବା ସହ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡି ପାରେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଆର୍ଥିକସ୍ଥିତି ପୂର୍ବପରି ରହିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବା ଫଳରେ ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି।   ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ବିଦ୍ୟା କ୍ଷେତ୍ରରେ ଉନ୍ନତ୍ତି ଓ ଅଗ୍ରଗତି ଘଟିବା ସହ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି।  ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶରୀର ସୁସ୍ଥ ରହିବ। ଉଚ୍ଚ ଆଶାରେ ଆଗେଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ରରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ। ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ଖେଳରେ ସଫଳତା ମିଳିବ। ଅଟକିଥିବା ଧନ ପ୍ରାପ୍ତି ହେବ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ। ସରକାରୀ କର୍ମଚାରୀ ମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇଲେ ମଧ୍ୟ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ  ଶରୀର ଅସୁସ୍ଥ ରହିପାରେ। ପିଲାମାନଙ୍କର ପାଠ ପଢାରେ ମନ ଲାଗିବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ସମ୍ପର୍କୀୟ ମାନଙ୍କ ଦ୍ୱାରା ସୁବିଧା ପାଇବେ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଧନଧାନ୍ୟ, ଗୋ ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଗୃହୋପକରଣ କ୍ରୟ କରିବେ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ। ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ, ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସି ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଆୟ ମଧ୍ୟ ଉତ୍ତମ ହେବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

   

ବିଚ୍ଛା:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପରିବାରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି।ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ।  ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନପ୍ରତିଷ୍ଠା ପ୍ରାପ୍ତି ହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!