ସାପ୍ତାହିକ ରାଶିଫଳ: ୧୪ ଅକ୍ଟୋବର ରୁ ୨୧ ଅକ୍ଟୋବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ଯଶମାନ ପ୍ରତିଷ୍ଠା ମିଳିବ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ଚାକିରୀରେ ପଦୋନ୍ନତି ହବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ଆଦର୍ଶ ସ୍ଥାନ ଗ୍ରହଣ କରି ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଛାତ୍ର ଛାତ୍ରୀମାନେ ଉଚ୍ଚଶ୍ରେଣୀ ପାଇବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବ୍ୟବସାୟ ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବାଦବିବାଦ ଓ ମାଲିମୋକଦ୍ଦମାର ସମାଧାନ ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ଯୋଗଦେବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ। ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ଇଛାକରିଥିବା ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ନୂତନ ବସ୍ତୁ କ୍ରୟ କରିବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ନିଜର ଆତ୍ମନିରୀକ୍ଷଣ ଦ୍ଵାରା ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପରି ବାରରେ ଓ କୁଟୁମ୍ବରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ସରକାରୀ କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ସ୍ଥାନାନ୍ତର ହେବାକୁ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭବାନ ହେବେ। ହରାଇ ଥିବା ଧନ ପ୍ରାପ୍ତି ହେବା ଫଳରେ ଶାନ୍ତି ଆସିବ। ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପାରିବାରିକ ଅଶାନ୍ତି ଦୂର ହେବ ଓ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ। ଘରୋଇ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ।  କର୍ମସଂଧାନୀମାନେ ନୂତନ କର୍ମ ନିଯୁକ୍ତି ପାଇବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଓ ଆଳସ୍ୟଭାବ ଦୂରହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସମ୍ମାନ ଲାଭ କରିବେ। ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନର ସୁଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। ସମସ୍ତ ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଯାନ ବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପିତାମାତାଙ୍କ ଶରୀର ଅସୁସ୍ଥ ରହିବ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରି ପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ମନଖୁସି ରହିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ। ମାନସିକ ଅଶାନ୍ତି ଦୂର ହେବ ଓ ଆର୍ଥୀକ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ସଂଧାନୀ ମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପୁରାତନ ରୋଗର ଉପଶମ ଫଳରେ ମନଖୁସି ରହିବ। ଛାତ୍ରଛାତ୍ରୀମାନେ ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଦାମ୍ପତ୍ୟ ସୁଖରେ ସୁଖି, ପାରିବାରିକ  କାର୍ଯ୍ୟରେ  ସଫଳତା, ଆଧ୍ୟାତ୍ମିକ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ। ବ୍ୟବସାୟ କ୍ଷେତ୍ରରେ ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପିଲା ମାନଙ୍କ ଉନ୍ନତି ପାଇଁ ବ୍ୟସ୍ତ ବିବ୍ରତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର-ଛାତ୍ରୀମାନେ ଖୁସି ହେବେ। ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। ପାରିବାରିକ ଜୀବନ ସୁଖମୟ ହେବ। ଆର୍ଥିକସ୍ଥିତିରେ ସୁଧାର ଆସିବ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ ଓ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ବିଜୟୀହେବେ। କାର୍ଯ୍ୟକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନଙ୍କର ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉନ୍ନତି ହେବ। ଘରୋଇ କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା ଜାରି ରଖନ୍ତୁ। ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। ଶତ୍ରୁ ମାନଙ୍କ ଉପରେ ନଜର ରଖି ପରାଜୟ କରିବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ହରାଇଥିବା ଧନ ପ୍ରାପ୍ତି ହେବ ଓ ମାନସିକ ଅଶାନ୍ତି ଦୂର ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବିବାଦୀୟ ଓ ମାଲିମୋକଦ୍ଦମାରେ ସଫଳ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ।  ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ। ପାରିବାରିକ ଜୀବନରେ ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ରାଜନେତାଙ୍କର ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!