ଦୈନିକ ରାଶିଫଳ: 14 ସେପ୍ଟେମ୍ବର 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୧୪ତାରିଖ, ବୁଧବାର, ସିଂହମାସ ୨୯ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି ଦିବା ୧୦ଟା ୨୫ମିନିଟ୍ ପରେ ପଞ୍ଚମୀତିଥି, ଅଶ୍ଵିନୀ ନକ୍ଷତ୍ର ସକାଳ ୬ଟା ୫୭ମିନିଟ୍ ପରେ ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଧୃବ ଯୋଗ ସକାଳ ୬ଟା ୧୬ମିନିଟ୍ ପରେ ବ୍ୟାଘାତ ଯୋଗ । ବାଳବ କରଣ ଦିବା ୧୦ଟା ୨୫ମିନିଟ୍ ପରେ କୌଳବ କରଣ । କର୍କଟ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ଦିବା ୧୦ଟା ୨୫ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୧୦ଟା ୨୫ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ଦିବା ୧୦ଟା ୧୦ମିନିଟ୍, ଦିବା ୧୧ଟା ୪୨ମିନିଟ୍ ରୁ ଦିବା ୧ଟା ୧୩ମିନିଟ୍, ରାତ୍ରି ୨ଟା ୩୯ମିନିଟ୍ ରୁ ୪ଟା ୮ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୮ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୦ଟା ୧୧ମିନିଟ୍ ରୁ ୧୧ଟା ୧୬ମିନିଟ୍, ଦିବା ୧ଟା ୪୪ମିନିଟ୍ ରୁ ୪ଟା ୫୭ମିନିଟ୍, ସନ୍ଧ୍ୟା ୬ଟା ୩୫ମିନିଟ୍ ରୁ ରାତ୍ର ୧୦ଟା ୩୦ମିନିଟ୍, ରାତ୍ର ୧ଟା ୪୧ମିନିଟ୍ ରୁ ୨ଟା ୩୮ମିନିଟ୍, ରାତ୍ର ୪ଟା ୯ମିନିଟ୍ ରୁ ୫ଟା ୩୬ମିନିଟ୍ । ପର୍ବଦିନ- ଅପରପକ୍ଷର ପଞ୍ଚମୀ ଶ୍ରାଦ୍ଧ ।

ମେଷ:-କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଥିଲେ ସମାଧାନ ହୋଇଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଆର୍ଥିକ ଉନ୍ନତିହେବା ସହ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ସହ ବନ୍ଧୁତ୍ଵ ବୃଦ୍ଧି ପାଇବ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପାରିବାରିକ କ୍ଷେତ୍ରରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟିବ । କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବାଦବିବାଦରେ ବିଜୟ ପ୍ରାପ୍ତି ହେବା ସହ ରୋଜଗାର ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ଯୁବକ ଯୁବତୀ ମାନଙ୍କର ବିଭିନ୍ନ ସ୍ଥାନରୁ ବିବାହ ପ୍ରସ୍ତାବ ମାନ ଆସିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର, ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବା ସହ ଆଶାତୀତ ଧନ ପାଇବେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଅଧିକାରୀ ଖୁସିହେବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ । ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ସମସ୍ତ ଚେଷ୍ଟା ସଫଳ ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସମସ୍ତ ସମସ୍ୟା ଅପସରି ଯାଇ ସନ୍ତାଠାରୁ ସୁଖପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପରିବାରର ପରିସ୍ଥିତି ସମାଧାନ କରିବେ । ଛାତ୍ର-ଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚ ଶିକ୍ଷା ଲାଭ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଶତୃମାନେ ପରାଜିତ ହେବେ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ଅଟକିଥିବା କାର୍ଯ୍ୟ ଚାଲୁ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:- ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ । ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ବିଦ୍ୟାରେ ଉନ୍ନତି କରିବେ । କୋର୍ଟକଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!