ସାପ୍ତାହିକ ରାଶିଫଳ: ସେପ୍ଟେମ୍ବର ୧୪  ତାରିଖ ରୁ ସେପ୍ଟେମ୍ବର ୨୦, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ଜନିତ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇପାରିବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ। ପ୍ରତିକାର:- ସୂର୍ଯ୍ୟ ନମସ୍କାର କରନ୍ତୁ।

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ଆଶାରେ ଆଗେଇବେ। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ।  ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଦୂରଯାତ୍ରାରେ ଶତୃ ଓ ବିରୋଧିମାନେ ମଥାନତ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଗୃହବାହନ ପ୍ରାପ୍ତି, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ।  ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!