ଦୈନିକ ରାଶିଫଳ: ୧୪ ସେପ୍ଟେମ୍ବର ୨୦୧୮। ଆଜି ଏହି ୫ ଟି ରାଶିର ବ୍ୟକ୍ତିଙ୍କର କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୪ ସେପ୍ଟେମ୍ବର ୨୦୧୮। ଆଜି ଏହି ୫ ଟି ରାଶିର ବ୍ୟକ୍ତିଙ୍କର କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ।

ମେଷ:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗରେ ବ୍ୟବସାୟକୁ ବଢ଼େଇବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

ମିଥୁନ:-

ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ  ନୂତନ  ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ ।  ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ମନ ନିବେଶ କରିବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:-

ବ୍ୟବସାୟସମ୍ବନ୍ଧୀୟ ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ ।  କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସିହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ସ୍ଥଗିତଥିବା କର୍ମଟି ଓ  ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପ୍ରତିଯୋଗିତା ପରୀକ୍ଷାରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରତିକାର:-ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।

କନ୍ୟା:-

ଜନସେବାରେ ନିଜକୁ ନିୟୋଜିତ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମ୍ମାନ ଓ ପ୍ରତିଷ୍ଠା ପାଇବେ। ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସୁଖ ଶାନ୍ତି ଓ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବେ। ମହିଳା ମାନଙ୍କର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରତିକାର:-ଗୋମାତାର ସେବାକରିବା ଆବଶ୍ୟକ।

ତୁଳା:-

ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ମନବଳେଇବେ। ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରାରେ କିଛି ଅର୍ଥ ବ୍ୟୟ କରିବେ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ର ସୂଚନା ପାଇବେ ଓ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଦୂରଯାତ୍ରାରେ ସଫଳତା ମିଳିବ । ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀରହିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଯୋଜନା ମୁତାବକ କାମ କରନ୍ତୁ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧୁରି ଯିବ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ଧନୁ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳାମାନେ ନୂତନବନ୍ଧୁଙ୍କୁପାଇ ଖୁସୀ ଅନୁଭବ କରିବେ । ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ  । କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ସମ୍ମାନ ମିଳିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:-

ମହିଳାମାନେ ପାରିବାରିକ ଅଶାନ୍ତିକୁ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହୋଇ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର:-ଅସହାୟଙ୍କର ସେବା କରନ୍ତୁ ।

କୁମ୍ଭ:-

ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ଉନ୍ନତି, ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକକ୍ଷେତ୍ରରେ ପ୍ରଶଂସିତ ହେବେ । ଅ·ନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ।  ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରତିକାର:-ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!